Matthew 26:64 in Oriya 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Other Translations King James Version (KJV) Jesus saith unto him, Thou hast said: nevertheless I say unto you, Hereafter shall ye see the Son of man sitting on the right hand of power, and coming in the clouds of heaven.
American Standard Version (ASV) Jesus said unto him, Thou hast said: nevertheless I say unto you, Henceforth ye shall see the Son of man sitting at the right hand of Power, and coming on the clouds of heaven.
Bible in Basic English (BBE) Jesus says to him, You say so: but I say to you, From now you will see the Son of man seated at the right hand of power, and coming on the clouds of heaven.
Darby English Bible (DBY) Jesus says to him, *Thou* hast said. Moreover, I say to you, From henceforth ye shall see the Son of man sitting at the right hand of power, and coming on the clouds of heaven.
World English Bible (WEB) Jesus said to him, "You have said it. Nevertheless, I tell you, henceforth you will see the Son of Man sitting at the right hand of Power, and coming on the clouds of the sky."
Young's Literal Translation (YLT) Jesus saith to him, `Thou hast said; nevertheless I say to you, hereafter ye shall see the Son of Man sitting on the right hand of the power, and coming upon the clouds, of the heaven.'
Cross Reference Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Matthew 24:30 in Oriya 30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Matthew 26:25 in Oriya 25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ।
Matthew 27:11 in Oriya 11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
Mark 14:62 in Oriya 62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Luke 21:27 in Oriya 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
Luke 22:70 in Oriya 70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଇଶ୍ବରଙ୍କ ପୁତ୍ର ? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।
John 1:50 in Oriya 50 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ।
John 18:37 in Oriya 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।
Acts 1:11 in Oriya 11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
Acts 7:55 in Oriya 55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଇଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
Romans 14:10 in Oriya 10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଇଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
1 Thessalonians 4:16 in Oriya 16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଇଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।