Matthew 3:10 in Oriya 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Other Translations King James Version (KJV) And now also the axe is laid unto the root of the trees: therefore every tree which bringeth not forth good fruit is hewn down, and cast into the fire.
American Standard Version (ASV) And even now the axe lieth at the root of the trees: every tree therefore that bringeth not forth good fruit is hewn down, and cast into the fire.
Bible in Basic English (BBE) And even now the axe is put to the root of the trees; every tree then which does not give good fruit is cut down, and put into the fire.
Darby English Bible (DBY) And already the axe is applied to the root of the trees; every tree therefore not producing good fruit is cut down and cast into the fire.
World English Bible (WEB) "Even now the axe lies at the root of the trees. Therefore, every tree that doesn't bring forth good fruit is cut down, and cast into the fire.
Young's Literal Translation (YLT) and now also, the axe unto the root of the trees is laid, every tree therefore not bearing good fruit is hewn down, and to fire is cast.
Cross Reference Psalm 1:3 in Oriya 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
Psalm 80:15 in Oriya 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
Psalm 92:13 in Oriya 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Isaiah 5:2 in Oriya 2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Jeremiah 17:8 in Oriya 8 କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।
Ezekiel 15:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 7:19 in Oriya 19 ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
Matthew 21:19 in Oriya 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା।
Luke 3:9 in Oriya 9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Luke 13:6 in Oriya 6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
Luke 23:31 in Oriya 31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ?
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
John 15:6 in Oriya 6 କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
Hebrews 3:1 in Oriya 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Hebrews 6:8 in Oriya 8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
Hebrews 10:28 in Oriya 28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !