Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
Other Translations King James Version (KJV) Whose fan is in his hand, and he will throughly purge his floor, and gather his wheat into the garner; but he will burn up the chaff with unquenchable fire.
American Standard Version (ASV) whose fan is in his hand, and he will thoroughly cleanse his threshing-floor; and he will gather his wheat into the garner, but the chaff he will burn up with unquenchable fire.
Bible in Basic English (BBE) In whose hand is the instrument with which he will make clean his grain; he will put the good grain in his store, but the waste will be burned up in the fire which will never be put out.
Darby English Bible (DBY) whose winnowing fan [is] in his hand, and he shall thoroughly purge his threshing-floor, and shall gather his wheat into the garner, but the chaff he will burn with fire unquenchable.
World English Bible (WEB) His winnowing fork is in his hand, and he will thoroughly cleanse his threshing floor. He will gather his wheat into the barn, but the chaff he will burn up with unquenchable fire."
Young's Literal Translation (YLT) whose fan `is' in his hand, and he will thoroughly cleanse his floor, and will gather his wheat to the storehouse, but the chaff he will burn with fire unquenchable.'
Cross Reference Job 21:18 in Oriya 18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି ?
Psalm 1:4 in Oriya 4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
Psalm 35:5 in Oriya 5 ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Isaiah 17:13 in Oriya 13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
Isaiah 30:24 in Oriya 24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
Isaiah 41:16 in Oriya 16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
Isaiah 66:24 in Oriya 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Jeremiah 4:11 in Oriya 11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 15:7 in Oriya 7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।
Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Jeremiah 51:2 in Oriya 2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Hosea 13:3 in Oriya 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
Amos 9:9 in Oriya 9 “କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 13:30 in Oriya 30 ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଚାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।
Matthew 13:41 in Oriya 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Matthew 13:43 in Oriya 43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।
Matthew 13:49 in Oriya 49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 3:17 in Oriya 17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।