Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Other Translations King James Version (KJV) But when he saw many of the Pharisees and Sadducees come to his baptism, he said unto them, O generation of vipers, who hath warned you to flee from the wrath to come?
American Standard Version (ASV) But when he saw many of the Pharisees and Sadducees coming to his baptism, he said unto them, Ye offspring of vipers, who warned you to flee from the wrath to come?
Bible in Basic English (BBE) But when he saw a number of the Pharisees and Sadducees coming to his baptism, he said to them, Offspring of snakes, at whose word are you going in flight from the wrath to come?
Darby English Bible (DBY) But seeing many of the Pharisees and Sadducees coming to his baptism, he said to them, Offspring of vipers, who has forewarned you to flee from the coming wrath?
World English Bible (WEB) But when he saw many of the Pharisees and Sadducees coming for his baptism, he said to them, "You offspring of vipers, who warned you to flee from the wrath to come?
Young's Literal Translation (YLT) And having seen many of the Pharisees and Sadducees coming about his baptism, he said to them, `Brood of vipers! who did shew you to flee from the coming wrath?
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Psalm 58:3 in Oriya 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
Isaiah 57:3 in Oriya 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Isaiah 59:5 in Oriya 5 ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
Jeremiah 6:10 in Oriya 10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
Jeremiah 51:6 in Oriya 6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Ezekiel 3:18 in Oriya 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 33:3 in Oriya 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Matthew 5:20 in Oriya 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 12:24 in Oriya 24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
Matthew 15:12 in Oriya 12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ?
Matthew 16:6 in Oriya 6 ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Matthew 16:11 in Oriya 11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।
Matthew 22:15 in Oriya 15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।
Matthew 22:23 in Oriya 23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
Matthew 22:34 in Oriya 34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 23:33 in Oriya 33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?
Mark 7:3 in Oriya 3 ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।
Mark 8:15 in Oriya 15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Mark 12:13 in Oriya 13 ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।
Mark 12:18 in Oriya 18 ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
Luke 3:7 in Oriya 7 ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Luke 7:30 in Oriya 30 କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଇଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।
Luke 11:39 in Oriya 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 18:11 in Oriya 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
John 1:24 in Oriya 24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
John 7:45 in Oriya 45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
John 9:40 in Oriya 40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କ'ଣ ଅନ୍ଧ ?
Acts 4:1 in Oriya 1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Acts 5:17 in Oriya 17 ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ
Acts 15:5 in Oriya 5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Acts 23:6 in Oriya 6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
Acts 26:5 in Oriya 5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 5:9 in Oriya 9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଇଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),
Hebrews 6:18 in Oriya 18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଇଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
1 John 3:10 in Oriya 10 ଏଥିରେ କିଏ ଇଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ।
Revelation 6:16 in Oriya 16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।