Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Other Translations King James Version (KJV) And think not to say within yourselves, We have Abraham to our father: for I say unto you, that God is able of these stones to raise up children unto Abraham.
American Standard Version (ASV) and think not to say within yourselves, We have Abraham to our father: for I say unto you, that God is able of these stones to raise up children unto Abraham.
Bible in Basic English (BBE) And say not to yourselves, We have Abraham for our father; because I say to you that God is able from these stones to make children for Abraham.
Darby English Bible (DBY) And do not think to say within yourselves, We have Abraham for [our] father; for I say unto you, that God is able of these stones to raise up children to Abraham.
World English Bible (WEB) Don't think to yourselves, 'We have Abraham for our father,' for I tell you that God is able to raise up children to Abraham from these stones.
Young's Literal Translation (YLT) and do not think to say in yourselves, A father we have -- Abraham, for I say to you, that God is able out of these stones to raise children to Abraham,
Cross Reference Ezekiel 33:24 in Oriya 24 “ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
Matthew 8:11 in Oriya 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
Luke 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Luke 5:22 in Oriya 22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
Luke 7:39 in Oriya 39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।
Luke 12:17 in Oriya 17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
Luke 16:24 in Oriya 24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।
Luke 19:40 in Oriya 40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।
John 8:33 in Oriya 33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?
John 8:39 in Oriya 39 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
John 8:53 in Oriya 53 ତୁ କ'ଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Acts 15:14 in Oriya 14 ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Romans 4:1 in Oriya 1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା ?
Romans 4:11 in Oriya 11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Romans 9:7 in Oriya 7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
1 Corinthians 1:27 in Oriya 27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଇଶ୍ବରଙ୍କ ଛାମୁରେ ଗର୍ବ ନ କରେ,
Galatians 3:27 in Oriya 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Galatians 4:22 in Oriya 22 କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।