Matthew 4:23 in Oriya 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Other Translations King James Version (KJV) And Jesus went about all Galilee, teaching in their synagogues, and preaching the gospel of the kingdom, and healing all manner of sickness and all manner of disease among the people.
American Standard Version (ASV) And Jesus went about in all Galilee, teaching in their synagogues, and preaching the gospel of the kingdom, and healing all manner of disease and all manner of sickness among the people.
Bible in Basic English (BBE) And Jesus went about in all Galilee, teaching in their Synagogues and preaching the good news of the kingdom, and making well those who were ill with any disease among the people.
Darby English Bible (DBY) And [Jesus] went round the whole [of] Galilee, teaching in their synagogues, and preaching the glad tidings of the kingdom, and healing every disease and every bodily weakness among the people.
World English Bible (WEB) Jesus went about in all Galilee, teaching in their synagogues, preaching the Gospel of the Kingdom, and healing every disease and every sickness among the people.
Young's Literal Translation (YLT) And Jesus was going about all Galilee teaching in their synagogues, and proclaiming the good news of the reign, and healing every disease, and every malady among the people,
Cross Reference Psalm 74:8 in Oriya 8 ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
Psalm 103:3 in Oriya 3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
Matthew 3:2 in Oriya 2 “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Matthew 8:16 in Oriya 16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
Matthew 9:35 in Oriya 35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Matthew 10:7 in Oriya 7 ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।
Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Matthew 12:9 in Oriya 9 ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ।
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Matthew 13:54 in Oriya 54 ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା ?
Matthew 14:14 in Oriya 14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।
Matthew 15:30 in Oriya 30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
Matthew 24:14 in Oriya 14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
Mark 1:14 in Oriya 14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଇଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
Mark 1:21 in Oriya 21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
Mark 1:32 in Oriya 32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
Mark 1:39 in Oriya 39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
Mark 3:10 in Oriya 10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
Mark 6:2 in Oriya 2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହି ସବୁ କେଉଁଠାରୁ ହେଲା ? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କ'ଣ ?
Mark 6:6 in Oriya 6 ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
Luke 4:15 in Oriya 15 ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
Luke 4:40 in Oriya 40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
Luke 4:43 in Oriya 43 କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଇଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।
Luke 5:17 in Oriya 17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।
Luke 6:17 in Oriya 17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
Luke 7:22 in Oriya 22 ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Luke 8:1 in Oriya 1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଇଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
Luke 9:11 in Oriya 11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଇଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
Luke 10:9 in Oriya 9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
Luke 13:10 in Oriya 10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
Luke 20:1 in Oriya 1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
John 6:59 in Oriya 59 ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।
John 7:1 in Oriya 1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
John 18:20 in Oriya 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
Acts 5:15 in Oriya 15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
Acts 9:13 in Oriya 13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 18:4 in Oriya 4 ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Acts 20:25 in Oriya 25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଇଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
Romans 10:15 in Oriya 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।