Matthew 4:24 in Oriya 24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
Other Translations King James Version (KJV) And his fame went throughout all Syria: and they brought unto him all sick people that were taken with divers diseases and torments, and those which were possessed with devils, and those which were lunatick, and those that had the palsy; and he healed them.
American Standard Version (ASV) And the report of him went forth into all Syria: and they brought unto him all that were sick, holden with divers diseases and torments, possessed with demons, and epileptic, and palsied; and he healed them.
Bible in Basic English (BBE) And news of him went out through all Syria; and they took to him all who were ill with different diseases and pains, those having evil spirits and those who were off their heads, and those who had no power of moving. And he made them well.
Darby English Bible (DBY) And his fame went out into the whole [of] Syria, and they brought to him all that were ill, suffering under various diseases and pains, and those possessed by demons, and lunatics, and paralytics; and he healed them.
World English Bible (WEB) The report about him went out into all Syria. They brought to him all who were sick, afflicted with various diseases and torments, possessed with demons, epileptics, and paralytics; and he healed them.
Young's Literal Translation (YLT) and his fame went forth to all Syria, and they brought to him all having ailments, pressed with manifold sicknesses and pains, and demoniacs, and lunatics, and paralytics, and he healed them.
Cross Reference Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Joshua 6:27 in Oriya 27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।
2 Samuel 8:6 in Oriya 6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
1 Kings 4:31 in Oriya 31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
1 Kings 10:1 in Oriya 1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
1 Chronicles 14:17 in Oriya 17 ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବ ଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।
Matthew 4:23 in Oriya 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Matthew 8:6 in Oriya 6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
Matthew 8:13 in Oriya 13 ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ। ସେହିକ୍ଷଣି ଦାସଟି ସୁସ୍ଥ ହେଲା।
Matthew 8:28 in Oriya 28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ।
Matthew 9:2 in Oriya 2 ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।
Matthew 9:26 in Oriya 26 ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।
Matthew 9:31 in Oriya 31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
Matthew 9:35 in Oriya 35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Matthew 12:22 in Oriya 22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
Matthew 14:1 in Oriya 1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Matthew 15:22 in Oriya 22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।
Matthew 17:15 in Oriya 15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।
Matthew 17:18 in Oriya 18 ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
Mark 1:28 in Oriya 28 ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।
Mark 1:32 in Oriya 32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
Mark 2:3 in Oriya 3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
Mark 5:2 in Oriya 2 ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।
Luke 2:2 in Oriya 2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା।
Luke 4:14 in Oriya 14 ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
Luke 4:33 in Oriya 33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,
Luke 5:15 in Oriya 15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
Luke 8:27 in Oriya 27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା।
John 10:21 in Oriya 21 ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ?
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 15:41 in Oriya 41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ।