Cross Reference Psalm 102:26 in Oriya 26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
Psalm 119:89 in Oriya 89 ଲାମଦ୍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
Psalm 119:152 in Oriya 152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
Isaiah 40:8 in Oriya 8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”
Isaiah 51:6 in Oriya 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Matthew 5:26 in Oriya 26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ।
Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 8:10 in Oriya 10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
Matthew 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।
Matthew 10:23 in Oriya 23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
Matthew 10:42 in Oriya 42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
Matthew 11:11 in Oriya 11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
Matthew 13:17 in Oriya 17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।
Matthew 16:28 in Oriya 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।
Matthew 17:20 in Oriya 20 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
Matthew 18:3 in Oriya 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 18:18 in Oriya 18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ।
Matthew 19:23 in Oriya 23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Matthew 21:21 in Oriya 21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ।
Matthew 21:31 in Oriya 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Matthew 23:36 in Oriya 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।
Matthew 24:2 in Oriya 2 ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।
Matthew 24:34 in Oriya 34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Matthew 24:47 in Oriya 47 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।
Matthew 25:12 in Oriya 12 କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Matthew 25:45 in Oriya 45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
Matthew 26:13 in Oriya 13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।
Mark 3:28 in Oriya 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
Mark 6:11 in Oriya 11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।
Mark 8:12 in Oriya 12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।
Mark 9:1 in Oriya 1 ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
Mark 9:41 in Oriya 41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
Mark 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Mark 10:29 in Oriya 29 ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
Mark 11:23 in Oriya 23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ।
Mark 12:43 in Oriya 43 ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
Mark 13:30 in Oriya 30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Mark 14:9 in Oriya 9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।
Mark 14:18 in Oriya 18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
Mark 14:25 in Oriya 25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଇଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।
Mark 14:30 in Oriya 30 ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।
Luke 4:24 in Oriya 24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
Luke 11:51 in Oriya 51 ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
Luke 12:37 in Oriya 37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
Luke 13:35 in Oriya 35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।
Luke 16:17 in Oriya 17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
Luke 18:17 in Oriya 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Luke 18:29 in Oriya 29 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଇଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
Luke 21:32 in Oriya 32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Luke 23:43 in Oriya 43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।
John 1:51 in Oriya 51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଇଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 3:11 in Oriya 11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
John 5:19 in Oriya 19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:26 in Oriya 26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
John 6:32 in Oriya 32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
John 6:47 in Oriya 47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
John 6:53 in Oriya 53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
John 8:34 in Oriya 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
John 8:51 in Oriya 51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।
John 8:58 in Oriya 58 ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।
John 10:1 in Oriya 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
John 10:7 in Oriya 7 ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
John 12:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
John 13:16 in Oriya 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
John 13:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
John 13:38 in Oriya 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।
John 14:12 in Oriya 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
John 16:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
John 16:23 in Oriya 23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
John 21:18 in Oriya 18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।
Hebrews 1:11 in Oriya 11 “ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
1 Peter 1:25 in Oriya 25 କିନ୍ତୁ ଇଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।