Matthew 5:19 in Oriya 19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
Other Translations King James Version (KJV) Whosoever therefore shall break one of these least commandments, and shall teach men so, he shall be called the least in the kingdom of heaven: but whosoever shall do and teach them, the same shall be called great in the kingdom of heaven.
American Standard Version (ASV) Whosoever therefore shall break one of these least commandments, and shall teach men so, shall be called least in the kingdom of heaven: but whosoever shall do and teach them, he shall be called great in the kingdom of heaven.
Bible in Basic English (BBE) Whoever then goes against the smallest of these laws, teaching men to do the same, will be named least in the kingdom of heaven; but he who keeps the laws, teaching others to keep them, will be named great in the kingdom of heaven.
Darby English Bible (DBY) Whosoever then shall do away with one of these least commandments, and shall teach men so, shall be called least in the kingdom of the heavens; but whosoever shall practise and teach [them], *he* shall be called great in the kingdom of the heavens.
World English Bible (WEB) Whoever, therefore, shall break one of these least commandments, and teach others to do so, shall be called least in the Kingdom of Heaven; but whoever shall do and teach them shall be called great in the Kingdom of Heaven.
Young's Literal Translation (YLT) `Whoever therefore may loose one of these commands -- the least -- and may teach men so, least he shall be called in the reign of the heavens, but whoever may do and may teach `them', he shall be called great in the reign of the heavens.
Cross Reference Deuteronomy 12:32 in Oriya 32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
Deuteronomy 27:26 in Oriya 26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
Psalm 119:6 in Oriya 6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
Psalm 119:128 in Oriya 128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
Daniel 12:3 in Oriya 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Malachi 2:8 in Oriya 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
Matthew 11:11 in Oriya 11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
Matthew 15:3 in Oriya 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଇଶ୍ବରଙ୍କ ଆଜ୍ଞା ଅମାନ୍ୟ କର ?
Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Matthew 20:26 in Oriya 26 ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 9:48 in Oriya 48 ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
Luke 22:24 in Oriya 24 ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
Acts 1:1 in Oriya 1 ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
Romans 3:8 in Oriya 8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ।
Romans 6:1 in Oriya 1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?
Romans 6:15 in Oriya 15 ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ।
Romans 13:8 in Oriya 8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 5:14 in Oriya 14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
Philippians 3:17 in Oriya 17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
Philippians 4:8 in Oriya 8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
1 Thessalonians 2:10 in Oriya 10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Timothy 4:11 in Oriya 11 ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
1 Timothy 6:11 in Oriya 11 କିନ୍ତୁ ହେ ଇଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
Titus 2:8 in Oriya 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
Titus 3:8 in Oriya 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
James 2:10 in Oriya 10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
1 Peter 5:4 in Oriya 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।