Matthew 5:20 in Oriya 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Other Translations King James Version (KJV) For I say unto you, That except your righteousness shall exceed the righteousness of the scribes and Pharisees, ye shall in no case enter into the kingdom of heaven.
American Standard Version (ASV) For I say unto you, that except your righteousness shall exceed `the righteousness' of the scribes and Pharisees, ye shall in no wise enter into the kingdom of heaven.
Bible in Basic English (BBE) For I say to you, If your righteousness is not greater than the righteousness of the scribes and Pharisees, you will never go into the kingdom of heaven.
Darby English Bible (DBY) For I say unto you, that unless your righteousness surpass [that] of the scribes and Pharisees, ye shall in no wise enter into the kingdom of the heavens.
World English Bible (WEB) For I tell you that unless your righteousness exceeds that of the scribes and Pharisees, there is no way you will enter into the Kingdom of Heaven.
Young's Literal Translation (YLT) `For I say to you, that if your righteousness may not abound above that of the scribes and Pharisees, ye may not enter to the reign of the heavens.
Cross Reference Matthew 3:10 in Oriya 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Matthew 18:5 in Oriya 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Matthew 23:2 in Oriya 2 ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
Matthew 23:23 in Oriya 23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ୍।
Mark 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Mark 10:25 in Oriya 25 ଇଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।
Luke 11:39 in Oriya 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Luke 11:44 in Oriya 44 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।
Luke 12:1 in Oriya 1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 18:10 in Oriya 10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ।
Luke 18:17 in Oriya 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Luke 18:24 in Oriya 24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି !
Luke 20:46 in Oriya 46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
Romans 9:30 in Oriya 30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।