Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Other Translations King James Version (KJV) Moreover when ye fast, be not, as the hypocrites, of a sad countenance: for they disfigure their faces, that they may appear unto men to fast. Verily I say unto you, They have their reward.
American Standard Version (ASV) Moreover when ye fast, be not, as the hypocrites, of a sad countenance: for they disfigure their faces, that they may be seen of men to fast. Verily I say unto you, They have received their reward.
Bible in Basic English (BBE) And when you go without food, be not sad-faced as the false-hearted are. For they go about with changed looks, so that men may see that they are going without food. Truly I say to you, They have their reward.
Darby English Bible (DBY) And when ye fast, be not as the hypocrites, downcast in countenance; for they disfigure their faces, so that they may appear fasting to men: verily I say unto you, They have their reward.
World English Bible (WEB) "Moreover when you fast, don't be like the hypocrites, with sad faces. For they disfigure their faces, that they may be seen by men to be fasting. Most assuredly I tell you, they have received their reward.
Young's Literal Translation (YLT) `And when ye may fast, be ye not as the hypocrites, of sour countenances, for they disfigure their faces, that they may appear to men fasting; verily I say to you, that they have their reward.
Cross Reference 2 Samuel 12:16 in Oriya 16 ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
2 Samuel 12:21 in Oriya 21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
1 Kings 21:27 in Oriya 27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
Nehemiah 1:4 in Oriya 4 ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
Esther 4:16 in Oriya 16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ' ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
Psalm 35:13 in Oriya 13 ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନା ମୋ' ନିଜ ବକ୍ଷକୁ ଫେରିଲା।
Psalm 69:10 in Oriya 10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ' ନିନ୍ଦାର ବିଷୟ ହେଲା।
Psalm 109:24 in Oriya 24 ଉପବାସରେ ମୋ' ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋ' ମାଂସ କ୍ଷୀଣ ହୁଏ।
Isaiah 58:3 in Oriya 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Zechariah 7:3 in Oriya 3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?”
Malachi 3:14 in Oriya 14 ତୁମ୍ଭେମାନେ କହିଅଛ, ପରମେଶ୍ୱରଙ୍କର ସେବା କରିବାରେ କି ଲାଭ ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ ?
Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 9:14 in Oriya 14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?
Mark 2:18 in Oriya 18 ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?
Luke 2:37 in Oriya 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
Luke 18:12 in Oriya 12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।
Acts 10:30 in Oriya 30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 14:23 in Oriya 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
1 Corinthians 7:5 in Oriya 5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
2 Corinthians 6:5 in Oriya 5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
2 Corinthians 11:27 in Oriya 27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।