Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Other Translations King James Version (KJV) Therefore when thou doest thine alms, do not sound a trumpet before thee, as the hypocrites do in the synagogues and in the streets, that they may have glory of men. Verily I say unto you, They have their reward.
American Standard Version (ASV) When therefore thou doest alms, sound not a trumpet before thee, as the hypocrites do in the synagogues and in the streets, that they may have glory of men. Verily I say unto you, They have received their reward.
Bible in Basic English (BBE) When then you give money to the poor, do not make a noise about it, as the false-hearted men do in the Synagogues and in the streets, so that they may have glory from men. Truly, I say to you, They have their reward.
Darby English Bible (DBY) When therefore thou doest alms, sound not a trumpet before thee, as the hypocrites do in the synagogues and in the streets, so that they may have glory from men. Verily I say unto you, They have their reward.
World English Bible (WEB) Therefore when you do merciful deeds, don't sound a trumpet before yourself, as the hypocrites do in the synagogues and in the streets, that they may get glory from men. Most assuredly I tell you, they have received their reward.
Young's Literal Translation (YLT) whenever, therefore, thou mayest do kindness, thou mayest not sound a trumpet before thee as the hypocrites do, in the synagogues, and in the streets, that they may have glory from men; verily I say to you -- they have their reward!
Cross Reference 1 Samuel 15:30 in Oriya 30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ' ସଙ୍ଗେ ଫେରି ଆସ।
Job 31:16 in Oriya 16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Psalm 37:21 in Oriya 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Proverbs 20:6 in Oriya 6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
Ecclesiastes 11:2 in Oriya 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 58:7 in Oriya 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
Isaiah 58:10 in Oriya 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Hosea 8:1 in Oriya 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Matthew 5:18 in Oriya 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 7:5 in Oriya 5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
Matthew 15:7 in Oriya 7 ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,
Matthew 16:3 in Oriya 3 ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି। ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ ?
Matthew 22:18 in Oriya 18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ ?
Matthew 23:6 in Oriya 6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 24:51 in Oriya 51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Mark 7:6 in Oriya 6 ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖା ଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Mark 12:39 in Oriya 39 ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
Luke 6:24 in Oriya 24 କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ।
Luke 6:42 in Oriya 42 ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ।
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Luke 11:43 in Oriya 43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
Luke 12:33 in Oriya 33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Luke 12:56 in Oriya 56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ?
Luke 13:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
Luke 20:46 in Oriya 46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
John 5:41 in Oriya 41 ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
John 7:18 in Oriya 18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
John 13:29 in Oriya 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ।
Acts 9:36 in Oriya 36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ।
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Acts 10:4 in Oriya 4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଇଶ୍ବରଙ୍କ ଛାମୁରେ ଉଠିଅଛି।
Acts 10:31 in Oriya 31 ପୁଣି, ତୁମ୍ଭର ଦାନସବୁ ଇଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
Acts 11:29 in Oriya 29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Acts 24:17 in Oriya 17 ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
Romans 12:8 in Oriya 8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
2 Corinthians 9:6 in Oriya 6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
Galatians 2:10 in Oriya 10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି।
Ephesians 4:28 in Oriya 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
1 Thessalonians 2:6 in Oriya 6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
Philemon 1:7 in Oriya 7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
Hebrews 13:16 in Oriya 16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ।
James 2:15 in Oriya 15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?