Matthew 6:24 in Oriya 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ।
Other Translations King James Version (KJV) No man can serve two masters: for either he will hate the one, and love the other; or else he will hold to the one, and despise the other. Ye cannot serve God and mammon.
American Standard Version (ASV) No man can serve two masters; for either he will hate the one, and love the other; or else he will hold to one, and despise the other. Ye cannot serve God and mammon.
Bible in Basic English (BBE) No man is able to be a servant to two masters: for he will have hate for the one and love for the other, or he will keep to one and have no respect for the other. You may not be servants of God and of wealth.
Darby English Bible (DBY) No one can serve two masters; for either he will hate the one and will love the other, or he will hold to the one and despise the other. Ye cannot serve God and mammon.
World English Bible (WEB) "No one can serve two masters, for either he will hate the one and love the other; or else he will be devoted to one and despise the other. You can't serve both God and Mammon.
Young's Literal Translation (YLT) `None is able to serve two lords, for either he will hate the one and love the other, or he will hold to the one, and despise the other; ye are not able to serve God and Mammon.
Cross Reference Joshua 24:15 in Oriya 15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
Joshua 24:19 in Oriya 19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
1 Samuel 7:3 in Oriya 3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
1 Kings 18:21 in Oriya 21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
2 Kings 17:33 in Oriya 33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
2 Kings 17:41 in Oriya 41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Zephaniah 1:5 in Oriya 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
Matthew 4:10 in Oriya 10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।
Luke 16:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
Luke 16:11 in Oriya 11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ?
Luke 16:13 in Oriya 13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ।
Romans 6:16 in Oriya 16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?
Galatians 1:10 in Oriya 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
2 Timothy 4:10 in Oriya 10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;