Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Other Translations King James Version (KJV) And when thou prayest, thou shalt not be as the hypocrites are: for they love to pray standing in the synagogues and in the corners of the streets, that they may be seen of men. Verily I say unto you, They have their reward.
American Standard Version (ASV) And when ye pray, ye shall not be as the hypocrites: for they love to stand and pray in the synagogues and in the corners of the streets, that they may be seen of men. Verily I say unto you, They have received their reward.
Bible in Basic English (BBE) And when you make your prayers, be not like the false-hearted men, who take pleasure in getting up and saying their prayers in the Synagogues and at the street turnings so that they may be seen by men. Truly I say to you, They have their reward.
Darby English Bible (DBY) And when thou prayest, thou shalt not be as the hypocrites; for they love to pray standing in the synagogues and in the corners of the streets so that they should appear to men. Verily I say unto you, They have their reward.
World English Bible (WEB) "When you pray, you shall not be as the hypocrites, for they love to stand and pray in the synagogues and in the corners of the streets, that they may be seen by men. Most assuredly, I tell you, they have received their reward.
Young's Literal Translation (YLT) `And when thou mayest pray, thou shalt not be as the hypocrites, because they love in the synagogues, and in the corners of the broad places -- standing -- to pray, that they may be seen of men; verily I say to you, that they have their reward.
Cross Reference Job 27:8 in Oriya 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
Psalm 5:2 in Oriya 2 ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
Psalm 55:17 in Oriya 17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ' ରବ ଶୁଣିବେ।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 16:5 in Oriya 5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Matthew 9:38 in Oriya 38 ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।
Matthew 21:22 in Oriya 22 ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ।
Matthew 23:6 in Oriya 6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Mark 11:25 in Oriya 25 ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
Mark 12:38 in Oriya 38 ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
Luke 11:43 in Oriya 43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
Luke 14:12 in Oriya 12 ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Luke 18:10 in Oriya 10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
Luke 20:47 in Oriya 47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।
John 16:24 in Oriya 24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।
Ephesians 6:18 in Oriya 18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
Colossians 4:2 in Oriya 2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
James 5:15 in Oriya 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।