Matthew 7:11 in Oriya 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !
Other Translations King James Version (KJV) If ye then, being evil, know how to give good gifts unto your children, how much more shall your Father which is in heaven give good things to them that ask him?
American Standard Version (ASV) If ye then, being evil, know how to give good gifts unto your children, how much more shall your Father who is in heaven give good things to them that ask him?
Bible in Basic English (BBE) If you, then, being evil, are able to give good things to your children, how much more will your Father in heaven give good things to those who make requests to him?
Darby English Bible (DBY) If therefore *ye*, being wicked, know [how] to give good gifts to your children, how much rather shall your Father who is in the heavens give good things to them that ask of him?
World English Bible (WEB) If you then, being evil, know how to give good gifts to your children, how much more will your Father who is in heaven give good things to those who ask him!
Young's Literal Translation (YLT) if, therefore, ye being evil, have known good gifts to give to your children, how much more shall your Father who `is' in the heavens give good things to those asking him?
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
2 Samuel 7:19 in Oriya 19 ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ'ଣ ମନୁଷ୍ୟର ବ୍ୟବସ୍ଥା ?
Job 15:16 in Oriya 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Psalm 85:12 in Oriya 12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 103:11 in Oriya 11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
Isaiah 49:15 in Oriya 15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
Isaiah 55:8 in Oriya 8 ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।”
Jeremiah 17:9 in Oriya 9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ ?
Jeremiah 33:14 in Oriya 14 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 11:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
John 3:16 in Oriya 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
Romans 3:9 in Oriya 9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
2 Corinthians 9:8 in Oriya 8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
1 John 4:10 in Oriya 10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ