Matthew 7:13 in Oriya 13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
Other Translations King James Version (KJV) Enter ye in at the strait gate: for wide is the gate, and broad is the way, that leadeth to destruction, and many there be which go in thereat:
American Standard Version (ASV) Enter ye in by the narrow gate: for wide is the gate, and broad is the way, that leadeth to destruction, and many are they that enter in thereby.
Bible in Basic English (BBE) Go in by the narrow door; for wide is the door and open is the way which goes to destruction, and great numbers go in by it.
Darby English Bible (DBY) Enter in through the narrow gate, for wide the gate and broad the way that leads to destruction, and many are they who enter in through it.
World English Bible (WEB) "Enter in by the narrow gate; for wide is the gate and broad is the way that leads to destruction, and many are those who enter in by it.
Young's Literal Translation (YLT) `Go ye in through the strait gate, because wide `is' the gate, and broad the way that is leading to the destruction, and many are those going in through it;
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 6:12 in Oriya 12 ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
Psalm 14:2 in Oriya 2 ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
Proverbs 7:27 in Oriya 27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁୁର ଆଳୟକୁ ଯାଏ।
Proverbs 9:6 in Oriya 6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
Proverbs 16:25 in Oriya 25 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।
Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Ezekiel 18:27 in Oriya 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Matthew 3:2 in Oriya 2 “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Matthew 18:2 in Oriya 2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Luke 9:33 in Oriya 33 ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
Luke 13:24 in Oriya 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Luke 14:33 in Oriya 33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
John 10:9 in Oriya 9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Acts 2:38 in Oriya 38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Romans 3:9 in Oriya 9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Romans 9:22 in Oriya 22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
2 Corinthians 6:17 in Oriya 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Galatians 5:24 in Oriya 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Ephesians 2:2 in Oriya 2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !
1 John 5:19 in Oriya 19 ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 20:3 in Oriya 3 ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।