Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Other Translations King James Version (KJV) Not every one that saith unto me, Lord, Lord, shall enter into the kingdom of heaven; but he that doeth the will of my Father which is in heaven.
American Standard Version (ASV) Not every one that saith unto me, Lord, Lord, shall enter into the kingdom of heaven; but he that doeth the will of my Father who is in heaven.
Bible in Basic English (BBE) Not everyone who says to me, Lord, Lord, will go into the kingdom of heaven; but he who does the pleasure of my Father in heaven.
Darby English Bible (DBY) Not every one who says to me, Lord, Lord, shall enter into the kingdom of the heavens, but he that does the will of my Father who is in the heavens.
World English Bible (WEB) Not everyone who says to me, 'Lord, Lord,' will enter into the Kingdom of Heaven; but he who does the will of my Father who is in heaven.
Young's Literal Translation (YLT) `Not every one who is saying to me Lord, lord, shall come into the reign of the heavens; but he who is doing the will of my Father who is in the heavens.
Cross Reference Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Hosea 8:2 in Oriya 2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।'
Matthew 10:32 in Oriya 32 ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
Matthew 12:50 in Oriya 50 କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Matthew 18:3 in Oriya 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 18:19 in Oriya 19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
Matthew 18:35 in Oriya 35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।
Matthew 19:24 in Oriya 24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଇଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।
Matthew 21:29 in Oriya 29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା।
Matthew 25:11 in Oriya 11 ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ।
Matthew 25:21 in Oriya 21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Matthew 26:42 in Oriya 42 ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।
Mark 3:35 in Oriya 35 ଯେ କେହି ଇଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।
Mark 10:23 in Oriya 23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ !
Luke 6:46 in Oriya 46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
Luke 13:25 in Oriya 25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।
Luke 18:25 in Oriya 25 କାରଣ ଇଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 5:17 in Oriya 17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 7:17 in Oriya 17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
John 10:29 in Oriya 29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ।
John 14:7 in Oriya 7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।
John 15:23 in Oriya 23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 19:13 in Oriya 13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
Romans 2:13 in Oriya 13 କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଇଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
Romans 12:2 in Oriya 2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
Ephesians 6:6 in Oriya 6 ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଇଶ୍ବରଙ୍କ ଇଚ୍ଛା ସାଧନ କର।
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
1 Thessalonians 4:3 in Oriya 3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଇଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
1 Thessalonians 5:18 in Oriya 18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଇଶ୍ବରଙ୍କ ଅଭିମତ।
Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
Hebrews 4:6 in Oriya 6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
James 1:22 in Oriya 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
James 2:20 in Oriya 20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ପଳ, ଏହା କ'ଣ ଜାଣିବାକୁ ଇଚ୍ଛା କରୁଅଛ ?
1 Peter 2:15 in Oriya 15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଇଶ୍ବରଙ୍କ ଇଚ୍ଛା;
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 3:21 in Oriya 21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଇଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Revelation 2:27 in Oriya 27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,
Revelation 3:5 in Oriya 5 ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।