Matthew 7:22 in Oriya 22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?
Other Translations King James Version (KJV) Many will say to me in that day, Lord, Lord, have we not prophesied in thy name? and in thy name have cast out devils? and in thy name done many wonderful works?
American Standard Version (ASV) Many will say to me in that day, Lord, Lord, did we not prophesy by thy name, and by thy name cast out demons, and by thy name do many mighty works?
Bible in Basic English (BBE) A great number will say to me on that day, Lord, Lord, were we not prophets in your name, and did we not by your name send out evil spirits, and by your name do works of power?
Darby English Bible (DBY) Many shall say to me in that day, Lord, Lord, have we not prophesied through *thy* name, and through *thy* name cast out demons, and through *thy* name done many works of power?
World English Bible (WEB) Many will tell me in that day, 'Lord, Lord, didn't we prophesy in your name, in your name cast out demons, and in your name do many mighty works?'
Young's Literal Translation (YLT) Many will say to me in that day, Lord, lord, have we not in thy name prophesied? and in thy name cast out demons? and in thy name done many mighty things?
Cross Reference Numbers 24:4 in Oriya 4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
Numbers 31:8 in Oriya 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଗରେ ବଧ କଲେ।
1 Kings 22:11 in Oriya 11 ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 2:17 in Oriya 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Jeremiah 23:13 in Oriya 13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
Malachi 3:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Matthew 10:5 in Oriya 5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Matthew 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।
Matthew 24:36 in Oriya 36 କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି।
Matthew 25:11 in Oriya 11 ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ।
Luke 10:12 in Oriya 12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।
Luke 13:25 in Oriya 25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।
John 11:51 in Oriya 51 ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
Acts 19:13 in Oriya 13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
1 Thessalonians 5:4 in Oriya 4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 1:18 in Oriya 18 (ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,