Matthew 8:4 in Oriya 4 ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।
Other Translations King James Version (KJV) And Jesus saith unto him, See thou tell no man; but go thy way, shew thyself to the priest, and offer the gift that Moses commanded, for a testimony unto them.
American Standard Version (ASV) And Jesus saith unto him, See thou tell no man; but go, show thyself to the priest, and offer the gift that Moses commanded, for a testimony unto them.
Bible in Basic English (BBE) And Jesus said to him, See that you say nothing about this to anyone; but go and let the priest see you and make the offering which was ordered by Moses, for a witness to them.
Darby English Bible (DBY) And Jesus says to him, See thou tell no man, but go, shew thyself to the priest, and offer the gift which Moses ordained, for a testimony to them.
World English Bible (WEB) Jesus said to him, "See that you tell nobody, but go, show yourself to the priest, and offer the gift that Moses commanded, as a testimony to them."
Young's Literal Translation (YLT) And Jesus saith to him, `See, thou mayest tell no one, but go, thyself shew to the priest, and bring the gift that Moses commanded for a testimony to them.'
Cross Reference Leviticus 13:2 in Oriya 2 “ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା' ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
Leviticus 14:2 in Oriya 2 “କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
2 Kings 5:7 in Oriya 7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ' ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
Isaiah 42:21 in Oriya 21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।
Matthew 3:15 in Oriya 15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ୍।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।
Matthew 5:17 in Oriya 17 ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
Matthew 6:1 in Oriya 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
Matthew 9:30 in Oriya 30 ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ।
Matthew 10:18 in Oriya 18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
Matthew 12:16 in Oriya 16 ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,
Matthew 16:20 in Oriya 20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
Matthew 17:9 in Oriya 9 ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।
Mark 1:43 in Oriya 43 ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
Mark 5:43 in Oriya 43 ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।
Mark 6:11 in Oriya 11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।
Mark 7:36 in Oriya 36 ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
Mark 8:30 in Oriya 30 ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।
Mark 13:9 in Oriya 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Luke 5:14 in Oriya 14 ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।
Luke 17:14 in Oriya 14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ। ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
Luke 21:13 in Oriya 13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
John 5:41 in Oriya 41 ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
John 7:18 in Oriya 18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
John 8:50 in Oriya 50 କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।
John 10:37 in Oriya 37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;