Matthew 9:2 in Oriya 2 ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।
Other Translations King James Version (KJV) And, behold, they brought to him a man sick of the palsy, lying on a bed: and Jesus seeing their faith said unto the sick of the palsy; Son, be of good cheer; thy sins be forgiven thee.
American Standard Version (ASV) And behold, they brought to him a man sick of the palsy, lying on a bed: and Jesus seeing their faith said unto the sick of the palsy, Son, be of good cheer; thy sins are forgiven.
Bible in Basic English (BBE) And they took to him a man stretched on a bed who had no power of moving; and Jesus, seeing their faith, said to the man who was ill, Son, take heart; you have forgiveness for your sins.
Darby English Bible (DBY) And behold, they brought to him a paralytic, laid upon a bed; and Jesus, seeing their faith, said to the paralytic, Be of good courage, child; thy sins are forgiven.
World English Bible (WEB) Behold, they brought to him a man who was paralyzed, lying on a bed. Jesus, seeing their faith, said to the paralytic, "Son, cheer up! Your sins are forgiven you."
Young's Literal Translation (YLT) and lo, they were bringing to him a paralytic, laid upon a couch, and Jesus having seen their faith, said to the paralytic, `Be of good courage, child, thy sins have been forgiven thee.'
Cross Reference Psalm 32:1 in Oriya 1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Isaiah 40:1 in Oriya 1 “ମୋ' ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
Isaiah 44:22 in Oriya 22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Matthew 4:24 in Oriya 24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
Matthew 8:10 in Oriya 10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
Matthew 8:16 in Oriya 16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
Matthew 9:6 in Oriya 6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।
Matthew 9:22 in Oriya 22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି। ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
Mark 1:32 in Oriya 32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
Mark 2:1 in Oriya 1 କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୁମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।
Mark 5:34 in Oriya 34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।
Luke 5:18 in Oriya 18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।
Luke 7:47 in Oriya 47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।
John 2:25 in Oriya 25 ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
John 21:5 in Oriya 5 ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।
Acts 5:15 in Oriya 15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Acts 14:9 in Oriya 9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
Acts 19:12 in Oriya 12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ।
Romans 4:6 in Oriya 6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,
Romans 5:11 in Oriya 11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
Colossians 1:12 in Oriya 12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
James 2:18 in Oriya 18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।