Micah 1:2 in Oriya 2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Other Translations King James Version (KJV) Hear, all ye people; hearken, O earth, and all that therein is: and let the Lord GOD be witness against you, the LORD from his holy temple.
American Standard Version (ASV) Hear, ye peoples, all of you: hearken, O earth, and all that therein is: and let the Lord Jehovah be witness against you, the Lord from his holy temple.
Bible in Basic English (BBE) Give ear, you peoples, all of you; give attention, O earth and everything in it: let the Lord God be witness against you, the Lord from his holy Temple.
Darby English Bible (DBY) Hear, ye peoples, all of you; hearken, O earth, and all that is therein: and let the Lord Jehovah be witness against you, the Lord from his holy temple!
World English Bible (WEB) Hear, you peoples, all of you. Listen, O earth, and all that is therein: And let the Lord Yahweh be witness against you, The Lord from his holy temple.
Young's Literal Translation (YLT) Hear, O peoples, all of them! Attend, O earth, and its fulness, And the Lord Jehovah is against you for a witness, The Lord from His holy temple.
Cross Reference Deuteronomy 32:1 in Oriya 1 ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 24:1 in Oriya 1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Psalm 28:2 in Oriya 2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ' ନିବେଦନର ରବ ଶ୍ରବଣ କର।
Psalm 49:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Psalm 50:1 in Oriya 1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
Psalm 50:7 in Oriya 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Psalm 50:12 in Oriya 12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Jeremiah 6:19 in Oriya 19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Jeremiah 22:29 in Oriya 29 ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Jeremiah 29:23 in Oriya 23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,'” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”
Jonah 2:7 in Oriya 7 ମୋ' ମଧ୍ୟରେ ମୋ' ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋ' ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
Micah 6:1 in Oriya 1 ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Habakkuk 2:20 in Oriya 20 ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
Malachi 2:14 in Oriya 14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Mark 7:14 in Oriya 14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ।
Revelation 2:7 in Oriya 7 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଇଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।
Revelation 2:11 in Oriya 11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।
Revelation 2:17 in Oriya 17 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ।
Revelation 2:29 in Oriya 29 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।
Revelation 3:6 in Oriya 6 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।
Revelation 3:13 in Oriya 13 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।
Revelation 3:22 in Oriya 22 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।