Micah 1:5 in Oriya 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?
Other Translations King James Version (KJV) For the transgression of Jacob is all this, and for the sins of the house of Israel. What is the transgression of Jacob? is it not Samaria? and what are the high places of Judah? are they not Jerusalem?
American Standard Version (ASV) For the transgression of Jacob is all this, and for the sins of the house of Israel. What is the transgression of Jacob? is it not Samaria? and what are the high places of Judah? are they not Jerusalem?
Bible in Basic English (BBE) All this is because of the wrongdoing of Jacob and the sins of the children of Israel. What is the wrongdoing of Jacob? is it not Samaria? and what are the high places of Judah? are they not Jerusalem?
Darby English Bible (DBY) For the transgression of Jacob is all this, and for the sins of the house of Israel. Whence is the transgression of Jacob? is it not [from] Samaria? And whence are the high places of Judah? are they not [from] Jerusalem?
World English Bible (WEB) "All this is for the disobedience of Jacob, And for the sins of the house of Israel. What is the disobedience of Jacob? Isn't it Samaria? And what are the high places of Judah? Aren't they Jerusalem?
Young's Literal Translation (YLT) For the transgression of Jacob `is' all this, And for the sins of the house of Israel. What `is' the transgression of Jacob? Is it not Samaria? And what the high places of Judah? Is it not Jerusalem?
Cross Reference 1 Kings 13:32 in Oriya 32 କାରଣ ସେ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚୈଃସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 16:10 in Oriya 10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
2 Kings 17:7 in Oriya 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
2 Chronicles 28:2 in Oriya 2 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
2 Chronicles 28:23 in Oriya 23 କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Isaiah 50:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Jeremiah 2:17 in Oriya 17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ?
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 4:18 in Oriya 18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
Jeremiah 5:25 in Oriya 25 ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
Jeremiah 6:19 in Oriya 19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Lamentations 5:16 in Oriya 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Hosea 8:5 in Oriya 5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?
Amos 6:1 in Oriya 1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !
Amos 8:14 in Oriya 14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,