Micah 2:2 in Oriya 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Other Translations King James Version (KJV) And they covet fields, and take them by violence; and houses, and take them away: so they oppress a man and his house, even a man and his heritage.
American Standard Version (ASV) And they covet fields, and seize them; and houses, and take them away: and they oppress a man and his house, even a man and his heritage.
Bible in Basic English (BBE) They have a desire for fields and take them by force; and for houses and take them away: they are cruel to a man and his family, even to a man and his heritage.
Darby English Bible (DBY) And they covet fields, and take them by violence; and houses, and take them away; and they oppress a man and his house, even a man and his heritage.
World English Bible (WEB) They covet fields, and seize them; And houses, and take them away: And they oppress a man and his house, Even a man and his heritage.
Young's Literal Translation (YLT) And they have desired fields, And they have taken violently, And houses, and they have taken away, And have oppressed a man and his house, Even a man and his inheritance.
Cross Reference Exodus 20:17 in Oriya 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Exodus 22:21 in Oriya 21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
1 Kings 21:2 in Oriya 2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ' ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
2 Kings 9:26 in Oriya 26 ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।' ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”
Nehemiah 5:1 in Oriya 1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ଵର ଉତ୍ତୋଳନ କଲେ।
Job 24:2 in Oriya 2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
Job 31:38 in Oriya 38 ଯେବେ ମୋ' ଭୂମି ମୋ' ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
Isaiah 5:8 in Oriya 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 18:12 in Oriya 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Amos 8:4 in Oriya 4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Habakkuk 2:5 in Oriya 5 ଆହୁରି, ମଦ, ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
1 Timothy 6:10 in Oriya 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।