Micah 2:3 in Oriya 3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
Other Translations King James Version (KJV) Therefore thus saith the LORD; Behold, against this family do I devise an evil, from which ye shall not remove your necks; neither shall ye go haughtily: for this time is evil.
American Standard Version (ASV) Therefore thus saith Jehovah: Behold, against this family do I devise an evil, from which ye shall not remove your necks, neither shall ye walk haughtily; for it is an evil time.
Bible in Basic English (BBE) For this cause the Lord has said, See, against this family I am purposing an evil from which you will not be able to take your necks away, and you will be weighted down by it; for it is an evil time.
Darby English Bible (DBY) Therefore thus saith Jehovah: Behold, against this family do I devise an evil, from which ye shall not remove your necks; neither shall ye walk haughtily: for it is an evil time.
World English Bible (WEB) Therefore thus says Yahweh: "Behold, I am planning against these people a disaster, From which you will not remove your necks, Neither will you walk haughtily; For it is an evil time.
Young's Literal Translation (YLT) Therefore, thus said Jehovah: Lo, I am devising against this family evil, From which ye do not remove your necks, Nor walk loftily, for a time of evil it `is'.
Cross Reference Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 3:16 in Oriya 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
Isaiah 5:19 in Oriya 19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”
Isaiah 28:14 in Oriya 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Jeremiah 8:3 in Oriya 3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
Jeremiah 13:15 in Oriya 15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Jeremiah 18:11 in Oriya 11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”
Jeremiah 27:12 in Oriya 12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Jeremiah 34:17 in Oriya 17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Jeremiah 36:23 in Oriya 23 ଏଥିଉତ୍ତାରେ ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା।
Jeremiah 43:2 in Oriya 2 ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
Lamentations 1:14 in Oriya 14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋ' ସ୍କନ୍ଧ ଉପରକୁ ଆସିଅଛି; ସେ ମୋ' ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 5:5 in Oriya 5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Amos 2:14 in Oriya 14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ୍ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
Amos 5:13 in Oriya 13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
Amos 9:1 in Oriya 1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Zephaniah 1:17 in Oriya 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।
Romans 16:4 in Oriya 4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
Ephesians 5:16 in Oriya 16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।