Micah 2:4 in Oriya 4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।
Other Translations King James Version (KJV) In that day shall one take up a parable against you, and lament with a doleful lamentation, and say, We be utterly spoiled: he hath changed the portion of my people: how hath he removed it from me! turning away he hath divided our fields.
American Standard Version (ASV) In that day shall they take up a parable against you, and lament with a doleful lamentation, `and' say, We are utterly ruined: he changeth the portion of my people: how doth he remove `it' from me! to the rebellious he divideth our fields.
Bible in Basic English (BBE) In that day this saying will be said about you, and this song of grief will be made: The heritage of my people is measured out, and there is no one to give it back; those who have made us prisoners have taken our fields from us, and complete destruction has come to us.
Darby English Bible (DBY) In that day shall they take up a proverb concerning you, and lament with a doleful lamentation, [and] say, We are utterly spoiled: he hath changed the portion of my people: how hath he removed it from me! He hath distributed our fields to the rebellious.
World English Bible (WEB) In that day they will take up a parable against you, And lament with a doleful lamentation, saying, 'We are utterly ruined! My people's possession is divided up. Indeed he takes it from me and assigns our fields to traitors!'"
Young's Literal Translation (YLT) In that day doth `one' take up for you a simile, And he hath wailed a wailing of wo, He hath said, We have been utterly spoiled, The portion of my people He doth change, How doth He move toward me! To the backslider our fields He apportioneth.
Cross Reference Numbers 23:7 in Oriya 7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
Numbers 23:18 in Oriya 18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ' କଥାରେ କର୍ଣ୍ଣପାତ କର।”
Numbers 24:3 in Oriya 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Numbers 24:15 in Oriya 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Deuteronomy 28:29 in Oriya 29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
2 Samuel 1:17 in Oriya 17 ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
2 Kings 17:23 in Oriya 23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
2 Chronicles 35:25 in Oriya 25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
2 Chronicles 36:20 in Oriya 20 ପୁଣି, ସେ ଖଡ଼୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
Job 27:1 in Oriya 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Isaiah 14:4 in Oriya 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
Isaiah 24:3 in Oriya 3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 63:17 in Oriya 17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
Jeremiah 4:13 in Oriya 13 ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
Jeremiah 9:10 in Oriya 10 ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
Jeremiah 9:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Jeremiah 14:18 in Oriya 18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Lamentations 1:1 in Oriya 1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
Ezekiel 2:10 in Oriya 10 ଆଉ, ସେ ମୋ' ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
Ezekiel 16:44 in Oriya 44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ମାତା ଯେସନ, କନ୍ୟା ତେସନ।
Joel 1:8 in Oriya 8 ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Amos 5:1 in Oriya 1 ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।
Amos 5:17 in Oriya 17 ପୁଣି, ଦ୍ରାକ୍ଷାକ୍ଷେତ୍ରସକଳରେ ହାହାକାର ଶବ୍ଦ ହେବ; କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।
Micah 1:15 in Oriya 15 ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ।
Micah 2:10 in Oriya 10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।
Habakkuk 2:6 in Oriya 6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !
Zephaniah 1:2 in Oriya 2 ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,
Mark 12:12 in Oriya 12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।