Micah 2:7 in Oriya 7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?
Other Translations King James Version (KJV) O thou that art named the house of Jacob, is the spirit of the LORD straitened? are these his doings? do not my words do good to him that walketh uprightly?
American Standard Version (ASV) Shall it be said, O house of Jacob, Is the Spirit of Jehovah straitened? are these his doings? Do not my words do good to him that walketh uprightly?
Bible in Basic English (BBE) Is the Lord quickly made angry? are these his doings? do not his words do good to his people Israel?
Darby English Bible (DBY) O thou [that art] named the house of Jacob, Is Jehovah impatient? are these his doings? Do not my words do good to him that walketh uprightly?
World English Bible (WEB) Shall it be said, O house of Jacob: "Is the Spirit of Yahweh angry? Are these his doings? Don't my words do good to him who walks blamelessly?"
Young's Literal Translation (YLT) Doth the house of Jacob say, `Hath the Spirit of Jehovah been shortened? Are these His doings?' Do not My words benefit the people that is walking uprightly?
Cross Reference Numbers 11:23 in Oriya 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Psalm 15:2 in Oriya 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Psalm 119:65 in Oriya 65 ଟେଟ୍। ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
Psalm 119:70 in Oriya 70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Psalm 119:92 in Oriya 92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥା'ନ୍ତି।
Psalm 119:99 in Oriya 99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ' ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Proverbs 2:7 in Oriya 7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
Proverbs 10:9 in Oriya 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
Proverbs 10:29 in Oriya 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
Proverbs 14:2 in Oriya 2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
Proverbs 28:18 in Oriya 18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 50:2 in Oriya 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Jeremiah 2:4 in Oriya 4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Jeremiah 15:16 in Oriya 16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
John 8:39 in Oriya 39 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
Romans 2:28 in Oriya 28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;
Romans 7:13 in Oriya 13 ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।
Romans 9:6 in Oriya 6 କିନ୍ତୁ ଇଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
2 Corinthians 6:12 in Oriya 12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।
2 Timothy 3:5 in Oriya 5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।