Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Other Translations King James Version (KJV) But truly I am full of power by the spirit of the LORD, and of judgment, and of might, to declare unto Jacob his transgression, and to Israel his sin.
American Standard Version (ASV) But as for me, I am full of power by the Spirit of Jehovah, and of judgment, and of might, to declare unto Jacob his transgression, and to Israel his sin.
Bible in Basic English (BBE) But I truly am full of the spirit of the Lord, with power of judging and with strength to make clear to Jacob his wrongdoing and to Israel his sin.
Darby English Bible (DBY) But truly I am filled with power by the Spirit of Jehovah, and with judgment and with might, to declare unto Jacob his transgression, and to Israel his sin.
World English Bible (WEB) But as for me, I am full of power by the Spirit of Yahweh, And of judgment, and of might, To declare to Jacob his disobedience, And to Israel his sin.
Young's Literal Translation (YLT) And yet I have been full of power by the Spirit of Jehovah, And of judgment, and of might, To declare to Jacob his transgression, And to Israel his sin.
Cross Reference Job 32:18 in Oriya 18 କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 1:18 in Oriya 18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Jeremiah 6:11 in Oriya 11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Jeremiah 20:9 in Oriya 9 ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ' ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।
Ezekiel 3:14 in Oriya 14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ପ୍ରବଳ ଥିଲା।
Ezekiel 16:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
Ezekiel 20:4 in Oriya 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Ezekiel 43:10 in Oriya 10 ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 7:29 in Oriya 29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
Mark 3:17 in Oriya 17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
Acts 4:8 in Oriya 8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Acts 4:19 in Oriya 19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଇଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 7:54 in Oriya 54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Acts 13:9 in Oriya 9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Acts 18:9 in Oriya 9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
1 Corinthians 2:4 in Oriya 4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଇଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
1 Corinthians 2:12 in Oriya 12 ଯେପରି ଇଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଇଶ୍ବରଙ୍କ ଆତ୍ମା ପାଇଅଛୁ।