Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Other Translations King James Version (KJV) And I will make her that halted a remnant, and her that was cast far off a strong nation: and the LORD shall reign over them in mount Zion from henceforth, even for ever.
American Standard Version (ASV) and I will make that which was lame a remnant, and that which was cast far off a strong nation: and Jehovah will reign over them in mount Zion from henceforth even for ever.
Bible in Basic English (BBE) And I will make her whose steps were uncertain a small band, and her who was feeble a strong nation: and the Lord will be their King in Mount Zion from now and for ever.
Darby English Bible (DBY) and I will make her that halted a remnant, and her that was cast far off a strong nation; and Jehovah shall reign over them in mount Zion, from henceforth even for ever.
World English Bible (WEB) And I will make that which was lame a remnant, And that which was cast far off a strong nation: And Yahweh will reign over them on Mount Zion from then on, even forever.
Young's Literal Translation (YLT) And I have set the halting for a remnant, And the far-off for a mighty nation, And reigned hath Jehovah over them in mount Zion, From henceforth, and unto the age.
Cross Reference Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Isaiah 6:13 in Oriya 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ୍ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 10:21 in Oriya 21 ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 24:23 in Oriya 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Isaiah 49:21 in Oriya 21 ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି ? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ ?”
Isaiah 60:22 in Oriya 22 କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
Isaiah 66:8 in Oriya 8 ଏପ୍ରକାର କଥା କିଏ ଶୁଣିଅଛି ? ଏପ୍ରକାର କଥା କିଏ ଦେଖିଅଛି ? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।”
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Micah 2:12 in Oriya 12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
Micah 5:3 in Oriya 3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Zechariah 10:5 in Oriya 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Luke 1:33 in Oriya 33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।