Micah 5:1 in Oriya 1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
Other Translations King James Version (KJV) Now gather thyself in troops, O daughter of troops: he hath laid siege against us: they shall smite the judge of Israel with a rod upon the cheek.
American Standard Version (ASV) Now shalt thou gather thyself in troops, O daughter of troops: he hath laid siege against us; they shall smite the judge of Israel with a rod upon the cheek.
Bible in Basic English (BBE) And you, Beth-lehem Ephrathah, the least among the families of Judah, out of you one will come to me who is to be ruler in Israel; whose going out has been purposed from time past, from the eternal days.
Darby English Bible (DBY) Now gather thyself in troops, O daughter of troops; he hath laid siege against us: they shall smite the judge of Israel with a rod upon the cheek.
World English Bible (WEB) Now you shall gather yourself in troops, Daughter of troops. He has laid siege against us; They will strike the judge of Israel with a rod on the cheek.
Young's Literal Translation (YLT) Now gather thyself together, O daughter of troops, A siege he hath laid against us, With a rod they smite on the cheek the judge of Israel.
Cross Reference Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
Deuteronomy 28:51 in Oriya 51 ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
1 Samuel 8:5 in Oriya 5 ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।
1 Kings 22:24 in Oriya 24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ'ଠାରୁ କେଉଁ ବାଟେ ଗଲେ ?”
2 Kings 24:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
2 Kings 25:1 in Oriya 1 ଏଥିଉତ୍ତାରେ ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Job 16:10 in Oriya 10 ସେମାନେ ମୋ' ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋ' ଗାଲରେ ମାରିଅଛନ୍ତି; ସେମାନେ ମୋ' ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 33:22 in Oriya 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Jeremiah 4:7 in Oriya 7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Lamentations 3:30 in Oriya 30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
Ezekiel 21:21 in Oriya 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Ezekiel 24:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।
Joel 3:9 in Oriya 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Amos 2:3 in Oriya 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
Habakkuk 1:6 in Oriya 6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Matthew 5:39 in Oriya 39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
Matthew 26:67 in Oriya 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
Matthew 27:30 in Oriya 30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
Luke 19:43 in Oriya 43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
John 18:22 in Oriya 22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ?
John 19:3 in Oriya 3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
Acts 23:2 in Oriya 2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।
2 Corinthians 11:20 in Oriya 20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।