Cross Reference Genesis 35:19 in Oriya 19 ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
Genesis 48:7 in Oriya 7 ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋ' ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥପାଶ୍ୱର୍ରେ ତାକୁ କବର ଦେଲି।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Exodus 18:21 in Oriya 21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।
Exodus 18:25 in Oriya 25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Deuteronomy 1:15 in Oriya 15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
Ruth 4:11 in Oriya 11 ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଏଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥ୍ଲିହିମରେ ତୁମ୍ଭର ବିଖ୍ୟାତ ହେଉ।”
1 Samuel 8:12 in Oriya 12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
1 Samuel 10:19 in Oriya 19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।
1 Samuel 17:12 in Oriya 12 ଦାଉଦ ବେଥ୍ଲିହିମ୍ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
1 Samuel 17:18 in Oriya 18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
1 Samuel 23:23 in Oriya 23 ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ' କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।
1 Chronicles 2:50 in Oriya 50 କାଲେବ୍ର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟତ୍-ଯିୟାରୀମ୍ର ପିତା;
1 Chronicles 2:54 in Oriya 54 ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
1 Chronicles 4:4 in Oriya 4 ଆଉ ଗଦୋରର ପିତା ପନୂୟେଲ ଓ ହୂଶର ପିତା ଏସର; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।
1 Chronicles 5:2 in Oriya 2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Psalm 132:6 in Oriya 6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
Proverbs 8:22 in Oriya 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 11:1 in Oriya 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Jeremiah 13:5 in Oriya 5 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
Jeremiah 30:21 in Oriya 21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,' କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ?
Ezekiel 17:22 in Oriya 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:22 in Oriya 22 ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 2:6 in Oriya 6 ‘ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ।'”
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 2:4 in Oriya 4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Luke 23:2 in Oriya 2 ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
Luke 23:38 in Oriya 38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା।”
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 7:42 in Oriya 42 ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ ?
John 19:14 in Oriya 14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !
1 Corinthians 1:27 in Oriya 27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଇଶ୍ବରଙ୍କ ଛାମୁରେ ଗର୍ବ ନ କରେ,
Colossians 1:17 in Oriya 17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
Hebrews 7:14 in Oriya 14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ଵ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି।
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।