Micah 5:3 in Oriya 3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Other Translations King James Version (KJV) Therefore will he give them up, until the time that she which travaileth hath brought forth: then the remnant of his brethren shall return unto the children of Israel.
American Standard Version (ASV) Therefore will he give them up, until the time that she who travaileth hath brought forth: then the residue of his brethren shall return unto the children of Israel.
Bible in Basic English (BBE) And he will take his place and give food to his flock in the strength of the Lord, in the glory of the name of the Lord his God; and their resting-place will be safe: for now he will be great to the ends of the earth.
Darby English Bible (DBY) Therefore will he give them up, until the time when she which travaileth shall have brought forth: and the residue of his brethren shall return unto the children of Israel.
World English Bible (WEB) Therefore he will abandon them until the time that she who is in labor gives birth. Then the rest of his brothers will return to the children of Israel.
Young's Literal Translation (YLT) Therefore he doth give them out till the time She who bringeth forth hath brought forth, And the remnant of his brethren return to the sons of Israel.
Cross Reference 1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
2 Chronicles 30:7 in Oriya 7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।
Isaiah 10:20 in Oriya 20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 66:7 in Oriya 7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:7 in Oriya 7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।'
Hosea 2:9 in Oriya 9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Hosea 2:14 in Oriya 14 “ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Micah 4:9 in Oriya 9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?
Micah 6:14 in Oriya 14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍ଗକୁ ଦେବା।
Micah 7:13 in Oriya 13 ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Matthew 12:50 in Oriya 50 କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Romans 9:27 in Oriya 27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;”
Romans 11:4 in Oriya 4 କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।'
Hebrews 1:11 in Oriya 11 “ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
Revelation 12:1 in Oriya 1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।