Micah 5:5 in Oriya 5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
Other Translations King James Version (KJV) And this man shall be the peace, when the Assyrian shall come into our land: and when he shall tread in our palaces, then shall we raise against him seven shepherds, and eight principal men.
American Standard Version (ASV) And this `man' shall be `our' peace. When the Assyrian shall come into our land, and when he shall tread in our palaces, then shall we raise against him seven shepherds, and eight principal men.
Bible in Basic English (BBE) And they will make waste the land of Assyria with the sword, and the land of Nimrod with the edge of the sword: he will give us salvation from the Assyrian when he comes into our country, when his feet come inside the limit of our land.
Darby English Bible (DBY) And this [man] shall be Peace. When the Assyrian shall come into our land, and when he shall tread in our palaces, then shall we raise against him seven shepherds, and eight princes of men.
World English Bible (WEB) He will be our peace when Assyria invades our land, And when he marches through our fortresses, Then we will raise against him seven shepherds, And eight leaders of men.
Young's Literal Translation (YLT) And this `one' hath been peace, Asshur! when he doth come into our land, And when he doth tread in our palaces, We have raised against him seven shepherds, And eight anointed of man.
Cross Reference Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Psalm 72:7 in Oriya 7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Proverbs 6:16 in Oriya 16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
Proverbs 30:18 in Oriya 18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
Proverbs 30:29 in Oriya 29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
Ecclesiastes 11:2 in Oriya 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 8:7 in Oriya 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 10:24 in Oriya 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
Isaiah 37:31 in Oriya 31 ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Isaiah 44:28 in Oriya 28 ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”
Isaiah 59:19 in Oriya 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।
Isaiah 65:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Amos 1:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେସକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Amos 1:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।
Zechariah 1:18 in Oriya 18 ଏଥି ଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖଲି।
Zechariah 9:10 in Oriya 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Zechariah 10:3 in Oriya 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Zechariah 12:6 in Oriya 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
Ephesians 2:14 in Oriya 14 କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଛେଦପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,
Colossians 1:20 in Oriya 20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:14 in Oriya 14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।