Micah 6:16 in Oriya 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Other Translations King James Version (KJV) For the statutes of Omri are kept, and all the works of the house of Ahab, and ye walk in their counsels; that I should make thee a desolation, and the inhabitants thereof an hissing: therefore ye shall bear the reproach of my people.
American Standard Version (ASV) For the statutes of Omri are kept, and all the works of the house of Ahab, and ye walk in their counsels; that I may make thee a desolation, and the inhabitants thereof a hissing: and ye shall bear the reproach of my people.
Bible in Basic English (BBE) For you have kept the laws of Omri and all the works of the family of Ahab, and you have been guided by their designs: so that I might make you a cause of wonder and your people a cause of hisses; and the shame of my people will be on you.
Darby English Bible (DBY) For the statutes of Omri are kept, and all the works of the house of Ahab; and ye walk in their counsels: that I should make thee a desolation, and the inhabitants thereof a hissing; and ye shall bear the reproach of my people.
World English Bible (WEB) For the statutes of Omri are kept, And all the works of the house of Ahab. You walk in their counsels, That I may make you a ruin, And her inhabitants a hissing; And you will bear the reproach of my people."
Young's Literal Translation (YLT) And kept habitually are the statutes of Omri, And all the work of the house of Ahab, And ye do walk in their counsels, For My giving thee for a desolation, And its inhabitants for a hissing, And the reproach of My people ye do bear!
Cross Reference 1 Kings 9:8 in Oriya 8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?
1 Kings 16:25 in Oriya 25 ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।
1 Kings 18:4 in Oriya 4 ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।
1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 21:3 in Oriya 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
2 Chronicles 29:8 in Oriya 8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
2 Chronicles 34:25 in Oriya 25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
Psalm 1:1 in Oriya 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Psalm 44:13 in Oriya 13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
Isaiah 9:16 in Oriya 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା'ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Jeremiah 7:24 in Oriya 24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
Jeremiah 18:15 in Oriya 15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
Jeremiah 19:8 in Oriya 8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
Jeremiah 21:8 in Oriya 8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 51:51 in Oriya 51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।”
Lamentations 5:1 in Oriya 1 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 39:26 in Oriya 26 ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
Daniel 9:16 in Oriya 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Hosea 5:11 in Oriya 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।