Micah 6:5 in Oriya 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
Other Translations King James Version (KJV) O my people, remember now what Balak king of Moab consulted, and what Balaam the son of Beor answered him from Shittim unto Gilgal; that ye may know the righteousness of the LORD.
American Standard Version (ASV) O my people, remember now what Balak king of Moab devised, and what Balaam the son of Beor answered him; `remember' from Shittim unto Gilgal, that ye may know the righteous acts of Jehovah.
Bible in Basic English (BBE) O my people, keep in mind now what was designed by Balak, king of Moab, and the answer which Balaam, son of Beor, gave him; the events, from Shittim to Gilgal, so that you may be certain of the upright acts of the Lord.
Darby English Bible (DBY) My people, remember now what Balak king of Moab consulted, and what Balaam the son of Beor answered him, from Shittim unto Gilgal, that ye may know the righteousness of Jehovah.
World English Bible (WEB) My people, remember now what Balak king of Moab devised, And what Balaam the son of Beor answered him from Shittim to Gilgal, That you may know the righteous acts of Yahweh."
Young's Literal Translation (YLT) O My people, remember, I pray you, What counsel did Balak king of Moab, What answer him did Balaam son of Beor, (From Shittim unto Gilgal,) In order to know the righteous acts of Jehovah.'
Cross Reference Numbers 22:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Numbers 22:41 in Oriya 41 ପୁଣି, ପ୍ରଭାତରେ ବାଲାକ ବିଲୀୟମକୁ ସଙ୍ଗେ ନେଇ ବାଲର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
Numbers 23:13 in Oriya 13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
Numbers 23:27 in Oriya 27 ତହୁଁ ବାଲାକ ବିଲୀୟମକୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
Numbers 25:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
Numbers 31:8 in Oriya 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଗରେ ବଧ କଲେ।
Numbers 31:16 in Oriya 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Numbers 33:49 in Oriya 49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ୍ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
Deuteronomy 9:7 in Oriya 7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Deuteronomy 16:3 in Oriya 3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
Joshua 4:19 in Oriya 19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।
Joshua 5:9 in Oriya 9 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua 24:9 in Oriya 9 ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା।
Judges 5:11 in Oriya 11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
1 Samuel 12:7 in Oriya 7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
Psalm 36:10 in Oriya 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 71:19 in Oriya 19 ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
Psalm 103:1 in Oriya 1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Psalm 111:4 in Oriya 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Psalm 143:11 in Oriya 11 ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ' ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
Romans 3:25 in Oriya 25 ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Ephesians 2:11 in Oriya 11 ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
1 John 1:9 in Oriya 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।