Micah 6:6 in Oriya 6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ?
Other Translations King James Version (KJV) Wherewith shall I come before the LORD, and bow myself before the high God? shall I come before him with burnt offerings, with calves of a year old?
American Standard Version (ASV) Wherewith shall I come before Jehovah, and bow myself before the high God? shall I come before him with burnt-offerings, with calves a year old?
Bible in Basic English (BBE) With what am I to come before the Lord and go with bent head before the high God? am I to come before him with burned offerings, with young oxen a year old?
Darby English Bible (DBY) Wherewith shall I come before Jehovah, bow myself before the high God? Shall I come before him with burnt-offerings, with calves of a year old?
World English Bible (WEB) How shall I come before Yahweh, And bow myself before the exalted God? Shall I come before him with burnt offerings, With calves a year old?
Young's Literal Translation (YLT) With what do I come before Jehovah? Do I bow to God Most High? Do I come before Him with burnt-offerings? With calves -- sons of a year?
Cross Reference Genesis 14:18 in Oriya 18 ପୁଣି, ଶାଲମର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
Exodus 12:5 in Oriya 5 ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
Leviticus 1:3 in Oriya 3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
Numbers 23:1 in Oriya 1 ଏଥିଉତ୍ତାରେ ବିଲୀୟମ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ' ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ' ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
Numbers 23:14 in Oriya 14 ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
Numbers 23:29 in Oriya 29 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ' ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ' ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
2 Samuel 21:3 in Oriya 3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”
Psalm 22:29 in Oriya 29 ପୃଥିବୀସ୍ଥ ପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
Psalm 40:6 in Oriya 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
Psalm 51:16 in Oriya 16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
Psalm 95:6 in Oriya 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
Daniel 3:26 in Oriya 26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।
Daniel 4:9 in Oriya 9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Daniel 5:21 in Oriya 21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
Matthew 19:16 in Oriya 16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?
Mark 5:7 in Oriya 7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଇଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
Luke 10:25 in Oriya 25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
John 6:26 in Oriya 26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Acts 16:17 in Oriya 17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
Acts 16:30 in Oriya 30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Ephesians 3:14 in Oriya 14 ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।