Cross Reference Genesis 5:22 in Oriya 22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Leviticus 26:41 in Oriya 41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
1 Samuel 15:22 in Oriya 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
2 Chronicles 30:11 in Oriya 11 ତଥାପି ଆଶେର୍ର ଓ ମନଃଶିର ଓ ସବୂଲୁନ୍ର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।
2 Chronicles 32:26 in Oriya 26 ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକିୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକିୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
2 Chronicles 33:23 in Oriya 23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।
2 Chronicles 34:27 in Oriya 27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Nehemiah 9:13 in Oriya 13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Psalm 37:26 in Oriya 26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି।
Psalm 73:28 in Oriya 28 ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।
Psalm 112:4 in Oriya 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Proverbs 21:3 in Oriya 3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
Ecclesiastes 12:13 in Oriya 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 57:1 in Oriya 1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 58:6 in Oriya 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Jeremiah 7:3 in Oriya 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।'
Jeremiah 22:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Lamentations 3:26 in Oriya 26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Hosea 6:6 in Oriya 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
Hosea 12:6 in Oriya 6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Amos 5:24 in Oriya 24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Zephaniah 2:3 in Oriya 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 5:7 in Oriya 7 ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।
Matthew 18:32 in Oriya 32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
Mark 12:30 in Oriya 30 ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର।
Luke 6:36 in Oriya 36 ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।
Luke 10:42 in Oriya 42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
Romans 7:16 in Oriya 16 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।
Romans 9:20 in Oriya 20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଇଶ୍ବରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ?
Romans 10:1 in Oriya 1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଇଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
1 Corinthians 7:16 in Oriya 16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ?
Ephesians 4:32 in Oriya 32 ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
Colossians 3:12 in Oriya 12 ଅତଏବ, ଇଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
James 2:20 in Oriya 20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ପଳ, ଏହା କ'ଣ ଜାଣିବାକୁ ଇଚ୍ଛା କରୁଅଛ ?
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,