Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Other Translations King James Version (KJV) Then she that is mine enemy shall see it, and shame shall cover her which said unto me, Where is the LORD thy God? mine eyes shall behold her: now shall she be trodden down as the mire of the streets.
American Standard Version (ASV) Then mine enemy shall see it, and shame shall cover her who said unto me, Where is Jehovah thy God? Mine eyes shall see `my desire' upon her; now shall she be trodden down as the mire of the streets.
Bible in Basic English (BBE) And my hater will see it and be covered with shame; she who said to me, Where is the Lord your God? my eyes will see their desire effected on her, now she will be crushed under foot like the dust of the streets.
Darby English Bible (DBY) And mine enemy shall see [it], and shame shall cover her which said unto me, Where is Jehovah thy God? Mine eyes shall behold her; now shall she be trodden down, as the mire of the streets.
World English Bible (WEB) Then my enemy will see it, And shame will cover her who said to me, Where is Yahweh your God? Then my enemy will see me and will cover her shame. Now she will be trodden down like the mire of the streets.
Young's Literal Translation (YLT) And see doth mine enemy, And cover her doth shame, Who saith unto me, `Where `is' Jehovah thy God?' Mine eyes do look on her, Now she is for a treading-place, As mire of the out-places.
Cross Reference 2 Samuel 22:43 in Oriya 43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
2 Kings 9:33 in Oriya 33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
Psalm 18:42 in Oriya 42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
Psalm 35:26 in Oriya 26 ଯେଉଁମାନେ ମୋ' ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ' ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
Psalm 42:3 in Oriya 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 42:10 in Oriya 10 ମୋ' ଅସ୍ଥିରେ ଖଡ଼୍ଗ ପରି ମୋ' ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 58:10 in Oriya 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 109:29 in Oriya 29 ମୋ' ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
Psalm 115:2 in Oriya 2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ ?
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Isaiah 26:5 in Oriya 5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
Isaiah 37:10 in Oriya 10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସ-ଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।”
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Isaiah 47:5 in Oriya 5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
Isaiah 51:22 in Oriya 22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
Isaiah 63:2 in Oriya 2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି ?
Jeremiah 50:33 in Oriya 33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
Jeremiah 51:8 in Oriya 8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Jeremiah 51:24 in Oriya 24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି।
Jeremiah 51:51 in Oriya 51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।”
Ezekiel 7:18 in Oriya 18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Joel 2:17 in Oriya 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
Obadiah 1:10 in Oriya 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
Micah 4:11 in Oriya 11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।
Nahum 2:1 in Oriya 1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ୍ କର।
Zechariah 10:5 in Oriya 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Malachi 1:5 in Oriya 5 ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ୍ ଅଟନ୍ତି।”
Malachi 4:3 in Oriya 3 “ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
Matthew 27:43 in Oriya 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଇଶ୍ବରଙ୍କ ପୁତ୍ର।
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।