Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Other Translations King James Version (KJV) Feed thy people with thy rod, the flock of thine heritage, which dwell solitarily in the wood, in the midst of Carmel: let them feed in Bashan and Gilead, as in the days of old.
American Standard Version (ASV) Feed thy people with thy rod, the flock of thy heritage, which dwell solitarily, in the forest in the midst of Carmel: let them feed in Bashan and Gilead, as in the days of old.
Bible in Basic English (BBE) Keep your people safe with your rod, the flock of your heritage, living by themselves in the woods in the middle of Carmel: let them get their food in Bashan and Gilead as in the past.
Darby English Bible (DBY) Feed thy people with thy rod, the flock of thine inheritance, dwelling alone in the forest, in the midst of Carmel: let them feed in Bashan and Gilead, as in the days of old.
World English Bible (WEB) Shepherd your people with your staff, The flock of your heritage, Who dwell by themselves in a forest, In the midst of fertile pasture land, let them feed; In Bashan and Gilead, as in the days of old.
Young's Literal Translation (YLT) Rule Thou Thy people with Thy rod, The flock of Thine inheritance, Dwelling alone `in' a forest in the midst of Carmel, They enjoy Bashan and Gilead as in days of old.
Cross Reference Exodus 33:16 in Oriya 16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ।
Numbers 23:9 in Oriya 9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
Deuteronomy 33:28 in Oriya 28 “ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।
Psalm 23:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Psalm 28:9 in Oriya 9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Psalm 77:5 in Oriya 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
Psalm 95:7 in Oriya 7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
Psalm 100:3 in Oriya 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
Psalm 143:5 in Oriya 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
Isaiah 35:2 in Oriya 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
Isaiah 37:24 in Oriya 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 65:10 in Oriya 10 ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
Jeremiah 50:19 in Oriya 19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”
Lamentations 1:7 in Oriya 7 ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
Lamentations 5:21 in Oriya 21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
Ezekiel 34:13 in Oriya 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Zephaniah 3:13 in Oriya 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
Malachi 3:4 in Oriya 4 ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।
Matthew 2:6 in Oriya 6 ‘ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ।'”
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 17:16 in Oriya 16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।