Micah 7:17 in Oriya 17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
Other Translations King James Version (KJV) They shall lick the dust like a serpent, they shall move out of their holes like worms of the earth: they shall be afraid of the LORD our God, and shall fear because of thee.
American Standard Version (ASV) They shall lick the dust like a serpent; like crawling things of the earth they shall come trembling out of their close places; they shall come with fear unto Jehovah our God, and shall be afraid because of thee.
Bible in Basic English (BBE) They will take dust as their food like a snake, like the things which go flat on the earth; they will come shaking with fear out of their secret places: they will come with fear to the Lord our God, full of fear because of you.
Darby English Bible (DBY) They shall lick dust like the serpent; like crawling things of the earth, they shall come trembling forth from their close places. They shall turn with fear to Jehovah our God, and shall be afraid because of thee.
World English Bible (WEB) They will lick the dust like a serpent. Like crawling things of the earth they shall come trembling out of their dens. They will come with fear to Yahweh our God, And will be afraid because of you.
Young's Literal Translation (YLT) They lick dust as a serpent, as fearful things of earth, They tremble from their enclosures, Of Jehovah our God they are afraid, Yea, they are afraid of Thee.
Cross Reference Genesis 3:14 in Oriya 14 ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
Exodus 15:14 in Oriya 14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
Joshua 2:9 in Oriya 9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Joshua 9:24 in Oriya 24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
1 Samuel 14:11 in Oriya 11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।
Psalm 9:20 in Oriya 20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା
Psalm 18:45 in Oriya 45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।
Psalm 72:9 in Oriya 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Isaiah 2:19 in Oriya 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
Isaiah 25:3 in Oriya 3 ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Isaiah 59:19 in Oriya 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Isaiah 64:2 in Oriya 2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !
Isaiah 65:25 in Oriya 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।
Jeremiah 16:16 in Oriya 16 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Lamentations 3:29 in Oriya 29 ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Revelation 3:9 in Oriya 9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।
Revelation 6:15 in Oriya 15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Revelation 18:9 in Oriya 9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;