Micah 7:6 in Oriya 6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
Other Translations King James Version (KJV) For the son dishonoureth the father, the daughter riseth up against her mother, the daughter in law against her mother in law; a man's enemies are the men of his own house.
American Standard Version (ASV) For the son dishonoreth the father, the daughter riseth up against her mother, the daughter-in-law against her mother-in-law; a man's enemies are the men of his own house.
Bible in Basic English (BBE) For the son puts shame on his father, the daughter goes against her mother and the daughter-in-law against her mother-in-law; and a man's haters are those of his family.
Darby English Bible (DBY) For the son dishonoureth the father, the daughter riseth up against her mother, the daughter-in-law against her mother-in-law: a man's enemies are the men of his own household.
World English Bible (WEB) For the son dishonors the father, The daughter rises up against her mother, The daughter-in-law against her mother-in-law; A man's enemies are the men of his own house.
Young's Literal Translation (YLT) For a son is dishonouring a father, A daughter hath stood against her mother, A daughter-in-law against her mother-in-law, The enemies of each `are' the men of his house.
Cross Reference Genesis 9:22 in Oriya 22 ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
Genesis 49:4 in Oriya 4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
2 Samuel 15:10 in Oriya 10 ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”
2 Samuel 16:11 in Oriya 11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
2 Samuel 16:21 in Oriya 21 ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
Psalm 41:9 in Oriya 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
Psalm 55:12 in Oriya 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ' ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Proverbs 30:11 in Oriya 11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
Proverbs 30:17 in Oriya 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Jeremiah 12:6 in Oriya 6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।
Jeremiah 20:10 in Oriya 10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।
Ezekiel 22:7 in Oriya 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Obadiah 1:7 in Oriya 7 ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।
Matthew 10:21 in Oriya 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
Matthew 10:35 in Oriya 35 କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,
Matthew 26:23 in Oriya 23 ସେ ଉତ୍ତର ଦେଲେ, ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
Matthew 26:49 in Oriya 49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
Luke 12:53 in Oriya 53 ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।
Luke 21:16 in Oriya 16 କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
John 13:18 in Oriya 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,