Micah 7:9 in Oriya 9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ' ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
Other Translations King James Version (KJV) I will bear the indignation of the LORD, because I have sinned against him, until he plead my cause, and execute judgment for me: he will bring me forth to the light, and I shall behold his righteousness.
American Standard Version (ASV) I will bear the indignation of Jehovah, because I have sinned against him, until he plead my cause, and execute judgment for me: he will bring me forth to the light, `and' I shall behold his righteousness.
Bible in Basic English (BBE) I will undergo the wrath of the Lord, because of my sin against him; till he takes up my cause and does what is right for me: when he makes me come out into the light, I will see his righteousness;
Darby English Bible (DBY) I will bear the indignation of Jehovah -- for I have sinned against him -- until he plead my cause, and execute judgment for me: he will bring me forth to the light; I shall behold his righteousness.
World English Bible (WEB) I will bear the indignation of Yahweh, Because I have sinned against him, Until he pleads my case, and executes judgment for me. He will bring me forth to the light. I will see his righteousness.
Young's Literal Translation (YLT) The indignation of Jehovah I do bear, For I have sinned against Him, Till that He doth plead my cause, And hath executed my judgment, He doth bring me forth to the light, I look on His righteousness.
Cross Reference Leviticus 26:41 in Oriya 41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
1 Samuel 3:18 in Oriya 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
1 Samuel 24:15 in Oriya 15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।
1 Samuel 25:39 in Oriya 39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
1 Samuel 26:10 in Oriya 10 ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
2 Samuel 16:11 in Oriya 11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
2 Samuel 24:17 in Oriya 17 ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ' ବିରୁଦ୍ଧରେ ଓ ମୋ' ପିତୃଗୃହର ବିରୁଦ୍ଧରେ ହେଉ।”
Job 23:10 in Oriya 10 ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
Job 34:31 in Oriya 31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Psalm 7:6 in Oriya 6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ' ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ' ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।
Psalm 37:6 in Oriya 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
Psalm 43:1 in Oriya 1 ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।
Isaiah 46:13 in Oriya 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Jeremiah 50:33 in Oriya 33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
Jeremiah 51:35 in Oriya 35 ସିୟୋନ ନିବାସିନୀ କହିବ, ‘ମୋ' ପ୍ରତି ଓ ମୋ' ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ' ଓ ଯିରୂଶାଲମ କହିବ, ‘ମୋ' ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।'”
Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Luke 15:18 in Oriya 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Thessalonians 1:5 in Oriya 5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 12:6 in Oriya 6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।
Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।