Nahum 1:3 in Oriya 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Other Translations King James Version (KJV) The LORD is slow to anger, and great in power, and will not at all acquit the wicked: the LORD hath his way in the whirlwind and in the storm, and the clouds are the dust of his feet.
American Standard Version (ASV) Jehovah is slow to anger, and great in power, and will by no means clear `the guilty': Jehovah hath his way in the whirlwind and in the storm, and the clouds are the dust of his feet.
Bible in Basic English (BBE) The Lord is slow to get angry and great in power, and will not let the sinner go without punishment: the way of the Lord is in the wind and the storm, and the clouds are the dust of his feet.
Darby English Bible (DBY) Jehovah is slow to anger, and great in power, and doth not at all clear [the guilty]: Jehovah, -- his way is in the whirlwind and in the storm, and the clouds are the dust of his feet.
World English Bible (WEB) Yahweh is slow to anger, and great in power, and will by no means leave the guilty unpunished. Yahweh has his way in the whirlwind and in the storm, and the clouds are the dust of his feet.
Young's Literal Translation (YLT) Jehovah `is' slow to anger, and great in power, And Jehovah doth not entirely acquit, In a hurricane and in a tempest `is' His way, And a cloud `is' the dust of His feet.
Cross Reference Exodus 19:16 in Oriya 16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
Deuteronomy 5:22 in Oriya 22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”
1 Kings 19:11 in Oriya 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
Nehemiah 9:17 in Oriya 17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
Job 9:4 in Oriya 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
Job 10:14 in Oriya 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
Job 38:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
Psalm 18:7 in Oriya 7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Psalm 50:3 in Oriya 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Psalm 62:11 in Oriya 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
Psalm 66:3 in Oriya 3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
Psalm 97:2 in Oriya 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Psalm 103:8 in Oriya 8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
Psalm 104:3 in Oriya 3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
Psalm 145:8 in Oriya 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
Psalm 147:5 in Oriya 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
Isaiah 19:1 in Oriya 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Isaiah 66:15 in Oriya 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Joel 2:13 in Oriya 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
Jonah 4:2 in Oriya 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି ? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
Habakkuk 3:5 in Oriya 5 ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦ-ଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
Zechariah 9:14 in Oriya 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Matthew 26:64 in Oriya 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Ephesians 1:19 in Oriya 19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;
James 1:19 in Oriya 19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।