Nahum 2:13 in Oriya 13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
Other Translations King James Version (KJV) Behold, I am against thee, saith the LORD of hosts, and I will burn her chariots in the smoke, and the sword shall devour thy young lions: and I will cut off thy prey from the earth, and the voice of thy messengers shall no more be heard.
American Standard Version (ASV) Behold, I am against thee, saith Jehovah of hosts, and I will burn her chariots in the smoke, and the sword shall devour thy young lions; and I will cut off thy prey from the earth, and the voice of thy messengers shall no more be heard.
Bible in Basic English (BBE) Food enough for his young and for his she-lions was pulled down by the lion; his hole was full of flesh and his resting-place stored with meat.
Darby English Bible (DBY) Behold, I am against thee, saith Jehovah of hosts: and I will burn her chariots into smoke; and the sword shall devour thy young lions, and I will cut off thy prey from the earth; and the voice of thy messengers shall no more be heard.
World English Bible (WEB) "Behold, I am against you," says Yahweh of Hosts, "and I will burn her chariots in the smoke, and the sword will devour your young lions; and I will cut off your prey from the earth, and the voice of your messengers will no longer be heard."
Young's Literal Translation (YLT) Lo, I `am' against thee, An affirmation of Jehovah of Hosts, And I have burned in smoke its chariot, And thy young lions consume doth a sword, And I have cut off from the land thy prey, And not heard any more is the voice of thy messengers!
Cross Reference Joshua 11:9 in Oriya 9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
2 Kings 18:17 in Oriya 17 ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
2 Kings 18:19 in Oriya 19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, “ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?
2 Kings 18:27 in Oriya 27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋ' ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ'ଣ ମୋତେ ପଠାଇ ନାହାନ୍ତି ?”
2 Kings 19:9 in Oriya 9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
2 Kings 19:23 in Oriya 23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, “ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା।
2 Chronicles 32:9 in Oriya 9 ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକିୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
2 Chronicles 32:19 in Oriya 19 ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।
Psalm 46:9 in Oriya 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
Isaiah 31:8 in Oriya 8 ସେହି ସମୟରେ ଅଶୂରୀୟ ଖଡ଼୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍ଗରେ ନୁହେଁ; ପୁଣି ଖଡ଼୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍ଗ ନୁହେଁ; ଆଉ, ସେ ଖଡ଼୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 37:36 in Oriya 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Isaiah 49:24 in Oriya 24 ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ ?
Jeremiah 21:13 in Oriya 13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”
Jeremiah 50:31 in Oriya 31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Ezekiel 5:8 in Oriya 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Ezekiel 26:3 in Oriya 3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Ezekiel 29:10 in Oriya 10 ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
Ezekiel 35:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Ezekiel 38:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
Ezekiel 39:1 in Oriya 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Nahum 3:1 in Oriya 1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
Nahum 3:5 in Oriya 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
Nahum 3:12 in Oriya 12 ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ୱ ଫଳବିଶିଷ୍ଟ ଡିମିରି ବୃକ୍ଷମାନର ତୁଲ୍ୟ ହେବେ; ସେହିସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।