Nehemiah 1:3 in Oriya 3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୁଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
Other Translations King James Version (KJV) And they said unto me, The remnant that are left of the captivity there in the province are in great affliction and reproach: the wall of Jerusalem also is broken down, and the gates thereof are burned with fire.
American Standard Version (ASV) And they said unto me, The remnant that are left of the captivity there in the province are in great affliction and reproach: the wall of Jerusalem also is broken down, and the gates thereof are burned with fire.
Bible in Basic English (BBE) They said to me, The small band of Jews now living there in the land are in great trouble and shame: the wall of Jerusalem has been broken down, and its doorways burned with fire.
Darby English Bible (DBY) And they said to me, Those who remain, that are left of the captivity there in the province, are in great affliction and reproach; and the wall of Jerusalem is in ruins, and its gates are burned with fire.
Webster's Bible (WBT) And they said to me, The remnant that are left of the captivity there in the province are in great affliction and reproach: the wall of Jerusalem also is broken down, and its gates are burned with fire.
World English Bible (WEB) They said to me, The remnant who are left of the captivity there in the province are in great affliction and reproach: the wall of Jerusalem also is broken down, and the gates of it are burned with fire.
Young's Literal Translation (YLT) and they say to me, `Those left, who have been left of the captivity there in the province, `are' in great evil, and in reproach, and the wall of Jerusalem is broken down, and its gates have been burnt with fire.'
Cross Reference 1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
2 Kings 25:10 in Oriya 10 ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
Ezra 2:1 in Oriya 1 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
Ezra 5:8 in Oriya 8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।’
Nehemiah 2:3 in Oriya 3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ ?”
Nehemiah 2:13 in Oriya 13 ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୁଶାଲମର ଭଗ୍ନପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।
Nehemiah 2:17 in Oriya 17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୁଶାଲମର ପ୍ରାଚୀର ନିର୍ମାଣ କରୁ।”
Nehemiah 7:6 in Oriya 6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୁଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
Nehemiah 9:36 in Oriya 36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Nehemiah 11:3 in Oriya 3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
Esther 1:1 in Oriya 1 ଅକ୍ଷଶ୍ୱେରଶ ଭାରତଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ୍ ପ୍ରଦେଶ ଉପରେ ରାଜ୍ୟ କଲେ।
Psalm 44:11 in Oriya 11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
Psalm 79:4 in Oriya 4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
Psalm 137:1 in Oriya 1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
Isaiah 5:5 in Oriya 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
Isaiah 32:9 in Oriya 9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ' ବାକ୍ୟରେ କର୍ଣ୍ଣପାତ କର।
Isaiah 43:28 in Oriya 28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।”
Isaiah 64:10 in Oriya 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Jeremiah 5:10 in Oriya 10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 29:18 in Oriya 18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;”
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 42:18 in Oriya 18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।'
Jeremiah 44:8 in Oriya 8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶ୍ରାପ ଓ ନିନ୍ଦାର ପାତ୍ର ହେବ।
Jeremiah 52:14 in Oriya 14 ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
Lamentations 1:7 in Oriya 7 ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
Lamentations 3:61 in Oriya 61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋ' ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ;
Lamentations 5:1 in Oriya 1 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।