Nehemiah 12:27 in Oriya 27 ଏଥିଉତ୍ତାରେ ଯିରୁଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୁଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
Other Translations King James Version (KJV) And at the dedication of the wall of Jerusalem they sought the Levites out of all their places, to bring them to Jerusalem, to keep the dedication with gladness, both with thanksgivings, and with singing, with cymbals, psalteries, and with harps.
American Standard Version (ASV) And at the dedication of the wall of Jerusalem they sought the Levites out of all their places, to bring them to Jerusalem, to keep the dedication with gladness, both with thanksgivings, and with singing, with cymbals, psalteries, and with harps.
Bible in Basic English (BBE) And when the time came for the wall of Jerusalem to be made holy, they sent for the Levites out of all their places to come to Jerusalem, to keep the feast with joy, and with praise and melody, with brass and corded instruments of music.
Darby English Bible (DBY) And at the dedication of the wall of Jerusalem they sought the Levites out of all their places, to bring them to Jerusalem, to hold the dedication with gladness, both with thanksgivings, and with singing, [with] cymbals, lutes and harps.
Webster's Bible (WBT) And at the dedication of the wall of Jerusalem they sought the Levites out of all their places, to bring them to Jerusalem, to keep the dedication with gladness, both with thanksgivings, and with singing, with cymbals, psalteries, and with harps.
World English Bible (WEB) At the dedication of the wall of Jerusalem they sought the Levites out of all their places, to bring them to Jerusalem, to keep the dedication with gladness, both with giving thanks, and with singing, with cymbals, psalteries, and with harps.
Young's Literal Translation (YLT) And at the dedication of the wall of Jerusalem they sought the Levites out of all their places, to bring them in to Jerusalem, to make the dedication even with gladness, and with thanksgivings, and with singing, `with' cymbals, psalteries, and with harps;
Cross Reference Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Deuteronomy 20:5 in Oriya 5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।
2 Samuel 6:12 in Oriya 12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
1 Chronicles 13:8 in Oriya 8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
1 Chronicles 15:4 in Oriya 4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
1 Chronicles 15:12 in Oriya 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
1 Chronicles 15:16 in Oriya 16 ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”
1 Chronicles 15:28 in Oriya 28 ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
1 Chronicles 16:5 in Oriya 5 ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ, ବନାୟ, ଓବେଦ୍ ଇଦୋମ୍ ଓ ଯୀୟୟେଲ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
1 Chronicles 16:42 in Oriya 42 ଆଉ, ହେମନ୍, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।
1 Chronicles 23:5 in Oriya 5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
1 Chronicles 25:1 in Oriya 1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
1 Chronicles 26:31 in Oriya 31 ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କର ଅଧିକାରର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯା'ନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
2 Chronicles 5:13 in Oriya 13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
2 Chronicles 7:6 in Oriya 6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
2 Chronicles 29:4 in Oriya 4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
2 Chronicles 29:30 in Oriya 30 ଆହୁରି, ହିଜକିୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
Ezra 3:10 in Oriya 10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
Ezra 6:16 in Oriya 16 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ଉତ୍ସବ ପାଳନ କଲେ।
Ezra 8:15 in Oriya 15 ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
Nehemiah 8:17 in Oriya 17 ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
Nehemiah 11:20 in Oriya 20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
Psalm 30:1 in Oriya 1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ' ଶତ୍ରୁଗଣକୁ ମୋ' ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
Psalm 81:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 92:1 in Oriya 1 ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
Psalm 98:4 in Oriya 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।
Psalm 100:1 in Oriya 1 ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Psalm 149:3 in Oriya 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
Psalm 150:2 in Oriya 2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।