Nehemiah 12:43 in Oriya 43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୁଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Other Translations King James Version (KJV) Also that day they offered great sacrifices, and rejoiced: for God had made them rejoice with great joy: the wives also and the children rejoiced: so that the joy of Jerusalem was heard even afar off.
American Standard Version (ASV) And they offered great sacrifices that day, and rejoiced; for God had made them rejoice with great joy; and the women also and the children rejoiced: so that the joy of Jerusalem was heard even afar off.
Bible in Basic English (BBE) And on that day they made great offerings and were glad; for God had made them glad with great joy; and the women and the children were glad with them: so that the joy of Jerusalem came to the ears of those who were far off.
Darby English Bible (DBY) And that day they offered great sacrifices, and rejoiced: for God had made them rejoice with great joy; and also the women and the children rejoiced. And the joy of Jerusalem was heard even afar off.
Webster's Bible (WBT) Also that day they offered great sacrifices, and rejoiced: for God had made them rejoice with great joy: the wives also and the children rejoiced: so that the joy of Jerusalem was heard even afar off.
World English Bible (WEB) They offered great sacrifices that day, and rejoiced; for God had made them rejoice with great joy; and the women also and the children rejoiced: so that the joy of Jerusalem was heard even afar off.
Young's Literal Translation (YLT) and they sacrifice on that day great sacrifices and rejoice, for God hath made them rejoice `with' great joy, and also, the women and the children have rejoiced, and the joy of Jerusalem is heard -- unto a distance.
Cross Reference Exodus 15:20 in Oriya 20 ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
Numbers 10:10 in Oriya 10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Deuteronomy 12:11 in Oriya 11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
1 Samuel 4:5 in Oriya 5 ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
1 Chronicles 29:21 in Oriya 21 ତହୁଁ ସେମାନେ ପର ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
2 Chronicles 7:5 in Oriya 5 ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।
2 Chronicles 7:10 in Oriya 10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
2 Chronicles 20:13 in Oriya 13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
2 Chronicles 20:27 in Oriya 27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
2 Chronicles 29:35 in Oriya 35 ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
Ezra 3:13 in Oriya 13 ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।
Job 34:29 in Oriya 29 ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
Psalm 27:6 in Oriya 6 ଏଣୁ ଏବେ ମୋ' ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 28:7 in Oriya 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ' ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Psalm 30:11 in Oriya 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Psalm 92:4 in Oriya 4 ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
Psalm 148:11 in Oriya 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 66:10 in Oriya 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Jeremiah 31:13 in Oriya 13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Matthew 21:9 in Oriya 9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
Matthew 21:15 in Oriya 15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Ephesians 5:19 in Oriya 19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
James 5:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି ? ସେ ପ୍ରାର୍ଥନା କରୁ। କେହି କ'ଣ ଆନନ୍ଦିତ ଅଟେ ? ସେ ଗୀତ ଗାନ କରୁ।