Nehemiah 9:10 in Oriya 10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
Other Translations King James Version (KJV) And shewedst signs and wonders upon Pharaoh, and on all his servants, and on all the people of his land: for thou knewest that they dealt proudly against them. So didst thou get thee a name, as it is this day.
American Standard Version (ASV) and showedst signs and wonders upon Pharaoh, and on all his servants, and on all the people of his land; for thou knewest that they dealt proudly against them, and didst get thee a name, as it is this day.
Bible in Basic English (BBE) And you did signs and wonders on Pharaoh and all his servants and all the people of his land; for you saw how cruel they were to them. So you got yourself a name as it is today.
Darby English Bible (DBY) and didst shew signs and wonders upon Pharaoh, and upon all his servants, and upon all the people of his land; for thou knewest that they dealt proudly against them, and thou didst make thee a name, as it is this day.
Webster's Bible (WBT) And shewedst signs and wonders upon Pharaoh, and on all his servants, and on all the people of his land: for thou knewest that they dealt proudly against them. So didst thou get thee a name, as it is this day.
World English Bible (WEB) and shown signs and wonders on Pharaoh, and on all his servants, and on all the people of his land; for you knew that they dealt proudly against them, and did get you a name, as it is this day.
Young's Literal Translation (YLT) and dost give signs and wonders on Pharaoh, and on all his servants, and on all the people of his land, for Thou hast known that they have acted proudly against them, and Thou makest to Thee a name as `at' this day.
Cross Reference Exodus 5:2 in Oriya 2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
Exodus 5:7 in Oriya 7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
Exodus 7:1 in Oriya 1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
Exodus 14:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Exodus 18:11 in Oriya 11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Deuteronomy 11:3 in Oriya 3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
Joshua 2:10 in Oriya 10 କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସମୁଦ୍ରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ୍ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
Job 40:11 in Oriya 11 ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକି ଅନାଇ ତାହାକୁ ନତ କର।
Psalm 78:12 in Oriya 12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
Psalm 78:43 in Oriya 43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
Psalm 83:18 in Oriya 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Psalm 105:27 in Oriya 27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ।
Psalm 106:7 in Oriya 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ।
Psalm 135:8 in Oriya 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
Psalm 136:10 in Oriya 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 63:12 in Oriya 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Isaiah 63:14 in Oriya 14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।”
Jeremiah 32:20 in Oriya 20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Daniel 9:15 in Oriya 15 ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Acts 7:36 in Oriya 36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।
Romans 9:17 in Oriya 17 ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।