Nehemiah 9:20 in Oriya 20 ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
Other Translations King James Version (KJV) Thou gavest also thy good spirit to instruct them, and withheldest not thy manna from their mouth, and gavest them water for their thirst.
American Standard Version (ASV) Thou gavest also thy good Spirit to instruct them, and withheldest not thy manna from their mouth, and gavest them water for their thirst.
Bible in Basic English (BBE) And you gave your good spirit to be their teacher, and did not keep back your manna from their mouths, and gave them water when they had need of it.
Darby English Bible (DBY) Thou gavest also thy good Spirit to instruct them, and withheldest not thy manna from their mouth, and gavest them water for their thirst.
Webster's Bible (WBT) Thou gavest also thy good spirit to instruct them, and withheldest not thy manna from their mouth, and gavest them water for their thirst.
World English Bible (WEB) You gave also your good Spirit to instruct them, and didn't withhold your manna from their mouth, and gave them water for their thirst.
Young's Literal Translation (YLT) `And Thy good Spirit Thou hast given, to cause them to act wisely; and Thy manna Thou hast not withheld from their mouth, and water Thou hast given to them for their thirst,
Cross Reference Exodus 16:15 in Oriya 15 ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ'ଣ ଅଟେ?” (ମାନ୍-ହୁ?); ଯେହେତୁ ତାହା କ'ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”
Exodus 16:35 in Oriya 35 ଇସ୍ରାଏଲ-ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
Exodus 17:6 in Oriya 6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
Numbers 11:17 in Oriya 17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
Joshua 5:12 in Oriya 12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
Nehemiah 9:30 in Oriya 30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
Psalm 105:41 in Oriya 41 ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
Psalm 143:10 in Oriya 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Isaiah 48:21 in Oriya 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Romans 15:30 in Oriya 30 ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଇଶ୍ବରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 5:9 in Oriya 9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।