Numbers 11:1 in Oriya 1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।
Other Translations King James Version (KJV) And when the people complained, it displeased the LORD: and the LORD heard it; and his anger was kindled; and the fire of the LORD burnt among them, and consumed them that were in the uttermost parts of the camp.
American Standard Version (ASV) And the people were as murmurers, `speaking' evil in the ears of Jehovah: and when Jehovah heard it, his anger was kindled; and the fire of Jehovah burnt among them, and devoured in the uttermost part of the camp.
Bible in Basic English (BBE) Now the people were saying evil against the Lord; and the Lord, hearing it, was angry and sent fire on them, burning the outer parts of the tent-circle.
Darby English Bible (DBY) And it came to pass that when the people murmured, it was evil in the ears of Jehovah; and Jehovah heard it, and his anger was kindled, and the fire of Jehovah burned among them, and consumed [some] in the extremity of the camp.
Webster's Bible (WBT) And when the people complained, it displeased the LORD; and the LORD heard it: and his anger was kindled; and the fire of the LORD burnt among them, and consumed them that were in the uttermost parts of the camp.
World English Bible (WEB) The people were as murmurers, [speaking] evil in the ears of Yahweh: and when Yahweh heard it, his anger was kindled; and the fire of Yahweh burnt among them, and devoured in the uttermost part of the camp.
Young's Literal Translation (YLT) And the people is evil, as those sighing habitually in the ears of Jehovah, and Jehovah heareth, and His anger burneth, and the fire of Jehovah burneth among them, and consumeth in the extremity of the camp.
Cross Reference Genesis 38:10 in Oriya 10 ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।
Exodus 15:23 in Oriya 23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।
Exodus 16:2 in Oriya 2 ସେତେବେଳେ ଇସ୍ରାଏଲ-ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
Exodus 16:7 in Oriya 7 ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”
Exodus 16:9 in Oriya 9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”
Exodus 17:2 in Oriya 2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ' ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”
Leviticus 10:2 in Oriya 2 ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
Numbers 10:33 in Oriya 33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
Numbers 16:35 in Oriya 35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
Numbers 20:2 in Oriya 2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
Numbers 21:5 in Oriya 5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
Deuteronomy 9:22 in Oriya 22 ପୁଣି ତୁମ୍ଭେମାନେ ତବିୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Deuteronomy 25:18 in Oriya 18 ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।
Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
2 Samuel 11:27 in Oriya 27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
2 Kings 1:12 in Oriya 12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Job 1:16 in Oriya 16 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
Psalm 78:21 in Oriya 21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;
Psalm 106:18 in Oriya 18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
1 Corinthians 10:10 in Oriya 10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
Hebrews 12:29 in Oriya 29 କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ।
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।