Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Other Translations King James Version (KJV) And he said, Hear now my words: If there be a prophet among you, I the LORD will make myself known unto him in a vision, and will speak unto him in a dream.
American Standard Version (ASV) And he said, Hear now my words: if there be a prophet among you, I Jehovah will make myself known unto him in a vision, I will speak with him in a dream.
Bible in Basic English (BBE) And he said, Now give ear to my words: if there is a prophet among you I will give him knowledge of myself in a vision and will let my words come to him in a dream.
Darby English Bible (DBY) And he said, Hear now my words: If there be a prophet among you, I Jehovah will make myself known to him in a vision, I will speak to him in a dream.
Webster's Bible (WBT) And he said, Hear now my words: If there is a prophet among you, I the LORD will make myself known to him in a vision, and will speak to him in a dream.
World English Bible (WEB) He said, Hear now my words: if there be a prophet among you, I Yahweh will make myself known to him in a vision, I will speak with him in a dream.
Young's Literal Translation (YLT) And He saith, `Hear, I pray you, My words: If your prophet is of Jehovah -- in an appearance unto him I make Myself known; in a dream I speak with him;
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Genesis 31:10 in Oriya 10 କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
Genesis 46:2 in Oriya 2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Exodus 7:1 in Oriya 1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
1 Kings 3:5 in Oriya 5 ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
Job 4:13 in Oriya 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
Job 33:15 in Oriya 15 ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Psalm 105:15 in Oriya 15 “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
Jeremiah 23:28 in Oriya 28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Daniel 7:1 in Oriya 1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
Daniel 8:2 in Oriya 2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
Daniel 10:8 in Oriya 8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ'ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
Daniel 10:16 in Oriya 16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ' ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
Matthew 1:20 in Oriya 20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Matthew 2:12 in Oriya 12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
Matthew 2:19 in Oriya 19 ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Matthew 23:31 in Oriya 31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 1:11 in Oriya 11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।
Luke 1:22 in Oriya 22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।
Luke 20:6 in Oriya 6 କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
Acts 10:11 in Oriya 11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
Acts 10:17 in Oriya 17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
Acts 22:17 in Oriya 17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Revelation 11:3 in Oriya 3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
Revelation 11:10 in Oriya 10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।